ତାତିରୁ ମିଳିଲା ଆଶ୍ୱସ୍ତି। ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ପ୍ରଭାବ ଦେଖିବାକୁ ମିଳିଛି।ଗତକାଲି ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା ସହ କୁଆପଥର ମାଡ଼ ହୋଇଥିଲା। କଟକ ଓ ଭୁବନେଶ୍ବର ସମେତ ବିଭିନ୍ନ ସ୍ଥାନରେ ସକାଳୁ ସକାଳୁ ବର୍ଷା। ରାଜ୍ୟରେ ଆଗାମୀ ୩ ରୁ ୪ ଦିନ ଯାଏ କାଳବୈଶାଖୀ ବର୍ଷା ହେବା ନେଇ ସୂଚନା ଦେଇଛି ପାଣିପାଗ କେନ୍ଦ୍ର।

ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଆଜି ଓ ଆସନ୍ତାକାଲି ପାଇଁ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ୬ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ସେହି ଜିଲ୍ଲା ଗୁଡ଼ିକ ହେଉଛି ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ଗଞ୍ଜାମ, ଗଜପତି ଓ କନ୍ଧମାଳ।

ସେହିପରି ଆଜି ୧୪ ଜିଲ୍ଲାକୁ ଘଡ଼ଘଡ଼ି ସହ ପବନ ବର୍ଷା ହେବା ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଆସନ୍ତା ୧୦ ତାରିଖ ଯାଏ କାଳବୈଶାଖୀ ବର୍ଷା ହେବ ବୋଲି ଜଣା ପଡ଼ିଛି। ଯେଉଁଥି ପାଇଁ ରାଜ୍ୟରେ ଦିନର ତାପମାତ୍ରା ୪ରୁ ୬ ଡିଗ୍ରୀ କମିବାର ସମ୍ଭାବନା ରହିଛି।

 

 

By Nirvay

Leave a Reply

Your email address will not be published. Required fields are marked *