ରାଜ୍ୟରେ ଲାଗି ରହିଛି କାଳବୈଶାଖୀ ବର୍ଷା । ଆହୁରି ୫ଦିନ କାଳବୈଶାଖୀ ସମ୍ଭାବନା । ରାଜ୍ୟରେ ୨୫ ତାରିଖ ଯାଏଁ ଘଡଘଡି ସହ ପ୍ରବଳ ବର୍ଷା ସହ ବିଜଳି ଘଡ଼ଘଡି ଓ କୁଆପଥର ବର୍ଷା ହୋଇପାରେ ବୋଲି ଆକଳନ କରିଛି ପାଣିପାଗ ବିଭାଗ । ଆଜି ପାଇଁ ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।

ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡ଼ିକ ହେଲା ମୟୂରଭଞ୍ଜ, ବାଲେଶ୍ବର, କେନ୍ଦୁଝର, ଭଦ୍ରକ, ମାଲକାନଗିରି, କୋରାପୁଟ, ରାୟଗଡା, ଗଜପତି, ଗଞ୍ଜାମ, କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁର, ନୂଆପଡ଼ା ।

ଏହି ଜିଲ୍ଲା ଗୁଡିକରେ ୩୦ରୁ ୪୦ ଏବଂ କିଛି ସ୍ଥାନରେ ଘଣ୍ଟା ପ୍ରତି ୫୦ କିମି ବେଗରେ ପବନ ସହ ଝଡ଼ତୋଫାନ ସମ୍ଭାବନା ରହିଛି । ସେହିପରି କାଲି ପାଇଁ ୬ ଜିଲ୍ଲା ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଗୋଟିଏରୁ ଦୁଇଟି ସ୍ଥାନରେ ଘଡଘଡି, କୁଆପଥର ମାଡ ସହ ଝଟକା ପବନ ହୋଇପାରେ ।

Leave a Reply

Your email address will not be published. Required fields are marked *