Kharif Paddy Procurement in Subarnapur to Begin on December 11

ଆସନ୍ତା ଡିସେମ୍ବର ୧୧ ତାରିଖରୁ ସୁବର୍ଣ୍ଣପୁର ଜିଲ୍ଲାରେ ଆରମ୍ଭ ହେବ ଚଳିତ ବର୍ଷର ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା । ଚଳିତ ଖରିଫ ଋତୁରେ ଜିଲ୍ଲାରୁ ମୋଟ ୩୮ ଲକ୍ଷ କ୍ୱିଣ୍ଟାଲ ଧାନ ସଂଗ୍ରହ କରିବାକୁ ଲକ୍ଷ୍ୟ ରଖାଯାଇଛି । ଏନେଇ ଅନୁଷ୍ଠିତ ଜିଲ୍ଲାସ୍ତରୀୟ ଧାନ କ୍ରୟ କମିଟି (District Level Procurement Committee-DLPC) ବୈଠକରେ ନିଷ୍ପତ୍ତି ନିଆଯାଇଛି ।

ବୈଠକରେ ଚଳିତ ବର୍ଷର ଧାନ ସଂଗ୍ରହ ପ୍ରକ୍ରିୟାକୁ ସୁବ୍ୟବସ୍ଥିତ ଓ ସ୍ୱଚ୍ଛ କରିବା ସହ ଚାଷୀମାନେ ଯେପରି ସେମାନଙ୍କ ଉତ୍ପାଦିତ ଧାନର ଉଚିତ ମୂଲ୍ୟ ପାଇପାରିବେ, ସେନେଇ ଆଲୋଚନା ହୋଇଥିଲା । ଧାନ ସଂଗ୍ରହ ପାଇଁ ଆବଶ୍ୟକୀୟ ବ୍ୟବସ୍ଥା, ମଣ୍ଡି ପରିଚାଳନା ଓ ଚାଷୀଙ୍କ ସୁବିଧା ଉପରେ ମଧ୍ୟ ଗୁରୁତ୍ୱ ଦିଆଯାଇଥିଲା ।

ଏହି ଜିଲ୍ଲାସ୍ତରୀୟ ବୈଠକରେ ବଲାଙ୍ଗୀର ସାଂସଦ ସଙ୍ଗୀତା କୁମାରୀ ସିଂହଦେ ଏବଂ ବୀରମହାରାଜପୁର ବିଧାୟକ ରଘୁନାଥ ଜଗଦଲାଙ୍କ ସମେତ ଜିଲ୍ଲାର ବରିଷ୍ଠ ଅଧିକାରୀ ଓ ସମ୍ପୃକ୍ତ ବିଭାଗର ପ୍ରତିନିଧିମାନେ ଉପସ୍ଥିତ ଥିଲେ ।

By Nirvay

Leave a Reply

Your email address will not be published. Required fields are marked *