KIIT Student Found Dead Under Mysterious Circumstances
ନେପାଳୀ ଛାତ୍ରୀ ଆତ୍ମହତ୍ୟା ଘଟଣାକୁ ନେଇ ତଦନ୍ତ ଚାଲିଥିବାବେଳେ ପୁଣି ଜଣେ କିଟ୍‌‌ ବିଶ୍ୱବିଦ୍ୟାଳୟ ଛାତ୍ରଙ୍କ ସନ୍ଦେହଜନକ ପରିସ୍ଥିତିରେ ମୃତ୍ୟୁ ହୋଇଛି ।
 
ମଞ୍ଚେଶ୍ୱର ଥାନା ଅଞ୍ଚଳରେ ଏକ ନିର୍ମାଣଧୀନ କୋଠା ତଳୁ ମୃତଦେହ ଉଦ୍ଧାର ହୋଇଥିବା ସୂଚନା ମିଳିଛି । ତେବେ ଏହାର କାରଣ ଏଯାଏଁ ଅସ୍ପଷ୍ଟ ରହିଛି ।
 
ମୃତ ଛାତ୍ର କିଟ୍‌‌ ବିଶ୍ୱବିଦ୍ୟାଳୟରେ ବିଟେକ୍‌‌ ତୃତୀୟ ବର୍ଷର ଛାତ୍ର ଥିଲେ । ସେ କିଟ୍‌ ବିଶ୍ୱବିଦ୍ୟାଳୟ ହଷ୍ଟେଲରେ ରହି ପାଠ ପଢ଼ୁଥିଲେ । ଛାତ୍ରଙ୍କ ନାମ ଅର୍ଣ୍ଣବ ଗୋସ୍ୱାମୀ ଏବଂ ତାଙ୍କ ଘର ପଶ୍ଚିମବଙ୍ଗର ବାଁକୁରା ବୋଲି ଜଣାପଡିଛି ।
 
ମୃତଦେହ ବ୍ୟବଚ୍ଛେଦ ପାଇଁ କ୍ୟାପିଟାଲ ହସ୍ପିଟାଲ ପଠାଯାଇଛି । ଅପମୃତ୍ୟୁ ମାମଲା ରୁଜୁ କରି ମଞ୍ଚେଶ୍ବର ପୋଲିସର ତଦନ୍ତ ଜାରି ରହିଛି । ତେବେ ଅର୍ଣ୍ଣବଙ୍କ ମୃତ୍ୟୁ ନେଇ କିଟ ପକ୍ଷରୁ କୌଣସି ପ୍ରତିକ୍ରିୟା ମିଳିପାରି ନାହିଁ ।

By Nirvay

Leave a Reply

Your email address will not be published. Required fields are marked *