କିଟ୍‌ରେ ନେପାଳୀ ଛାତ୍ରୀଙ୍କ ଆତ୍ମହତ୍ୟା ଘଟଣା ଏବେ ରାଜ୍ୟ ସମେତ ଅନ୍ତର୍ଜାତୀୟ ସ୍ତରରେ ସାରାଦେଶରେ ଚର୍ଚ୍ଚାର ବିଷୟ ପାଲଟିଛି । ଏହି ଘଟଣାକୁ ନେଇ ଆକ୍ସନ ମୋଡରେ ରହିଛନ୍ତି ରାଜ୍ୟ ସରକାର । ଏହି ଘଟଣା ପାଇଁ କିଟ୍‌ର ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କୁ ସରକାରଙ୍କ ହାଇଲେବୁଲ୍‌ କମିଟି ଆଗରେ ହାଜର ପାଇଁ ନିର୍ଦ୍ଦେଶ ଦିଆଯାଇଛି । ଆସନ୍ତାକାଲି ସଂଧ୍ୟା ସାଢ଼େ ୬ଟାରେ ସମସ୍ତ ଡକ୍ୟୁମେଣ୍ଟ ସହ ହାଜର ପାଇଁ ନିର୍ଦ୍ଦେଶ ଦିଆଯାଇଛି । ସମସ୍ତ ଡକ୍ୟୁମେଣ୍ଟ ସହ ହାଜର ହେବାକୁ  ନିର୍ଦ୍ଦେଶ ଜାରି କରିଛି ଉଚ୍ଚ ଶିକ୍ଷା ବିଭାଗ ।

ଅନ୍ୟପଟେ ନେପାଳୀ ଛାତ୍ରୀ ଜଣକ ମୃତ୍ୟୁ ପରେ ଇନଫୋସିଟି ଥାନା ମାମଲା ରୁଜୁ ହୋଇ ପୋଲିସ ଘଟଣାର ତଦନ୍ତ କରି ଅଭିଯୁକ୍ତକୁ ଗିରଫ କରିଛି । ଘଟଣାର ତଦନ୍ତ ପାଇଁ ରାଜ୍ୟ ସରକାର ଏକ ଉଚ୍ଚସ୍ତରୀୟ ତଦନ୍ତ କମିଟି ଗଠନ କରିଥିଲେ । ଏହି କମିଟିରେ ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ, ମହିଳା ବିଭାଗର ପ୍ରମୁଖ ସଚିବ ଓ ଉଚ୍ଚଶିକ୍ଷା ସଚିବ ସାମିଲ ହୋଇଛନ୍ତି । ତୁରନ୍ତ ଏହି ଘଟଣା ସମ୍ପର୍କରେ ତଦନ୍ତ କରାଯାଇ ଦୋଷୀ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ରାଜ୍ୟ ସରକାର ନିର୍ଦ୍ଦେଶ ଦେଇଛନ୍ତି।

Leave a Reply

Your email address will not be published. Required fields are marked *