KIIT University to launch scholarship in Prakriti Lamsal’s name

କିଟ୍‍ ଛାତ୍ରୀ ପ୍ରକୃତିଙ୍କ ମୃତଦେହ ତାଙ୍କ ବାପା ଓ ମାମୁଙ୍କୁ ହସ୍ତାନ୍ତର ପ୍ରକ୍ରିୟା କାର୍ଯ୍ୟ ଶେଷ ହେବା ପରେ କିଟ୍‍ ଓ କିସ୍‍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ ସେମାନଙ୍କ ସହ ସାକ୍ଷାତ କରିଥିଲେ । ପ୍ରକୃତିଙ୍କ ଅକାଳ ମୃତ୍ୟୁରେ ସାମନ୍ତ ଗଭୀର ଦୁଃଖ ପ୍ରକାଶ କରିବା ସହ ସେମାନଙ୍କୁ ସାନ୍ତ୍ୱନା ଦେଇଥିଲେ। ଏହି ଅବସରରେ ପ୍ରକୃତିଙ୍କ ସ୍ମୃତି ଉଦ୍ଦେଶ୍ୟରେ ତାଙ୍କ ନାମରେ ଏକ ମେଧାବୃତ୍ତି ପ୍ରଦାନ କରାଯିବ ବୋଲି ସାମନ୍ତ ଘୋଷଣା କରିଥିଲେ । ପ୍ରକୃତିଙ୍କ ବାପାଙ୍କ ପ୍ରସ୍ତାବ କ୍ରମେ ଏହି ମେଧାବୃତ୍ତି କିଟରେ ପାଠ ପଢ଼ୁଥିବା ନେପାଳର ମେଧାବୀ ଛାତ୍ରୀଙ୍କୁ ପ୍ରଦାନ କରାଯିବ ।

ଏହି ଘଟଣାରେ ନୂଆଦିଲ୍ଲୀସ୍ଥିତ ନେପାଳ ଦୂତାବାସରୁ ଆସିଥିବା ଦୁଇ ଅଧିକାରୀ କିଟରେ ପଢ଼ୁଥିବା ନେପାଳୀ ଛାତ୍ରଛାତ୍ରୀଙ୍କ ସହ ଆଲୋଚନା କରି ପୁନର୍ବାର ଏଭଳି ପରିସ୍ଥିତି ସୃଷ୍ଟି ହେବ ନାହିଁ ବୋଲି ସେମାନଙ୍କୁ ଆଶ୍ୱାସନା ଦେଇଥିଲେ । ଅନ୍ୟ ପକ୍ଷରେ ନିଜ ଘରକୁ ଚାଲିଯାଇଥିବା ଅନେକ ଛାତ୍ରଛାତ୍ରୀ କିଟ୍‍କୁ ଫେରିଛନ୍ତି । କିଟ୍‍କୁ ଫେରି ନଥିବା ଛାତ୍ରଛାତ୍ରୀଙ୍କୁ ଫେରାଇ ଆଣିବା ପାଇଁ କିଟ୍‍ ପକ୍ଷରୁ ସମସ୍ତ ବନ୍ଦୋବସ୍ତ କରାଯାଇଛି ।

ଆଜି ପ୍ରତିଷ୍ଠାତା ସାମନ୍ତ ନେପାଳ ପ୍ରୋଭିନ୍‍ସ-୨ର ପ୍ରାକ୍ତନ ମୁଖ୍ୟମନ୍ତ୍ରୀ ଲାଲ୍‍ବାବୁ ରାଉତଙ୍କ ସହ ଘଟଣା ସମ୍ପର୍କରେ ଆଲୋଚନା କରିଥିଲେ । ପିଲାଙ୍କୁ କିଟ୍‍କୁ ଫେରାଇ ଆଣିବା ପାଇଁ କିଟ୍‍ ପକ୍ଷରୁ ସମସ୍ତ ବ୍ୟବସ୍ଥା କରାଯାଇଥିବା ସାମନ୍ତ ତାଙ୍କୁ ସୂଚନା ଦେଇଥିଲେ । ସେହିପରି ନେପାଳର ବୈଦେଶିକ ବ୍ୟାପାର ମନ୍ତ୍ରୀ ଅର୍ଜୁ ରାଣା ଦେଉବା, ଜଳ ଯୋଗାଣ ମନ୍ତ୍ରୀ ପ୍ରଦୀପ ଯାଦବ ଓ ଅନ୍ୟ ବରିଷ୍ଠ ଅଧିକାରୀଙ୍କ ସହ ମଧ୍ୟ ସାମନ୍ତ ଆଲୋଚନା କରି ପିଲାଙ୍କୁ ସୁରକ୍ଷିତ ଭାବେ ଫେରାଇ ଆଣିବା ପାଇଁ ପ୍ରତିଶ୍ରୁତି ଦେଇଥିଲେ

By Nirvay

Leave a Reply

Your email address will not be published. Required fields are marked *