ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାରେ ଅନ୍ୟତମ ମୁଖ୍ୟ ଅଭିଯୁକ୍ତ ସାର୍ପ ସୁଟର କୁରୂପତି ଭୂୟାଁ ଗିରଫ । ଏହି ହତ୍ୟା ମାମଲାରେ ମୁଖ୍ୟ ଅଭିଯୁକ୍ତ ଉମା ବିଷୋୟୀ ଓ ସାର୍ପ ସୁଟର କୁରୂପତି ଭୂୟାଁ ପୋଲିସ ନିକଟରେ ଆତ୍ମସମର୍ପଣ କରିଥିବା ଜଣାପଡିଛି । ଆତ୍ମସମର୍ପଣ ପରେ ଉଭୟଙ୍କୁ ଜେରା କରୁଛି ପୋଲିସ। ସାର୍ପ ସୁଟର କୁରୁପତିକୁ ଅଜ୍ଞାତ ସ୍ଥାନରେ ମାରାଥନ୍ ଜେରା କରୁଛି ପୁଲିସ। ସୂଚନାଯୋଗ୍ୟ; ଗତ ୬ ତାରିଖରେ ପୀତବାସ ପଣ୍ଡାଙ୍କୁ ଗୁଳି କରି ହତ୍ୟା ହୋଇଥିଲା। ଘଟଣାରେ ପୋଲିସ ତଦନ୍ତ କରି ୧୪ ଜଣଙ୍କୁ ଗିରଫ କରିସାରିଥିଲା । ହତ୍ୟା ଘଟଣାର ପୂରା ପ୍ଲାନ କରିଥିବା ଉମା ବିଷୋୟୀ ବେଙ୍ଗାଲୁରୁରେ କାମ କରୁଥିବା ଚିଣ୍ଟୁ ପ୍ରଧାନ ସହ କୁରୁପତି ଭୂୟାଁଙ୍କୁ ସୁପାରି ଦେଇଥିଲେ । ଉଭୟଙ୍କୁ ପୀତବାସଙ୍କ ଚ୍ୟାମ୍ବର ନିକଟରେ ଏକ ଘରେ ରଖିଥିଲେ । ଅକ୍ଟୋବର ୬ ତାରିଖରେ ପୀତାମ୍ବରଙ୍କ ଘର ଛକ ପାଖରେ ଗାଡ଼ି ରଖି ଚିଣ୍ଟୁ ଓ କୁରୁପତି ଛକି ରହିଥିଲେ । ପୀତବାସ ଆସିବାରୁ ତାଙ୍କ ନମସ୍କାର କରି ସେ ବୋଲି ସ୍ପଷ୍ଟ ହେବା ପରେ ଗୁଳି କରିଥିଲେ କୁରୁପତି । ଏହି ଘଟଣାରେ ପୂର୍ବତନ ବିଧାୟକ ବିକ୍ରମ ପଣ୍ଡା, ପୂର୍ବତନ ମେୟର ଶିବ ଶଙ୍କର ଦାସ ଓରଫ ପିଣ୍ଟୁ, କର୍ପୋରେଟର ମଳୟ ବିଷୋୟୀ ବି ଗିରଫ ହୋଇଛନ୍ତି । ବିକ୍ରମଙ୍କ ନିକଟତମ ସହଯାଗୀ ମଦନ ଦଳେଇ ଗିରଫ ହୋଇଛନ୍ତି । ଏଥିସହ ସୁଦର୍ଶନ ଜେନା, ଚିଣ୍ଟୁ ପ୍ରଧାନ, ଶିଶୁ କୁମାର ପାସୱାନ, କୁନ୍ଦନ କୁମାର, ବିପିନ ସ୍ୱାଇଁ, ଯୋଗୀ ଦତ୍ତ, ଉମା ବିଷୋୟୀ, ଶିମାଞ୍ଚଳ ନାହାକ, ଯୋଗେନ୍ଦ୍ର ରାଉତ, ରାଜେନ୍ଦ୍ର କୁମାର ସାହୁକୁ ପୋଲିସ୍ ଗିରଫ କରିଛି । Post navigation Nuapada Bypoll: ଲଖନାରେ ଐତିହାସିକ ଜନସମାବେଶ; ସିଦ୍ଧାନ୍ତ ମହାପାତ୍ରଙ୍କ ମନ୍ତ୍ରମୁଗ୍ଧ ଅଭିନୟରେ ଝୁମିଲା ଅଞ୍ଚଳ BJD PressMeet: ଅମରଙ୍କ ବିଜେପିରେ ମିଶିବା ପ୍ରଭାବ ଶୂନ୍ୟ: ବିଜେଡି