କୋରାପୁଟ ଜିଲ୍ଲାରେ ୨୮ ଯାଏଁ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ୍। ପ୍ରବଳ ବର୍ଷା ସମ୍ଭାବନାକୁ ଦୃଷ୍ଟିରେ ରଖି ଛୁଟି ବାତିଲ୍ କରିଛନ୍ତି ଜିଲ୍ଲାପାଳ। ଏହା ସହ ହେଡ୍ କ୍ୱାର୍ଟର୍ସ ନ ଛାଡ଼ିବା ପାଇଁ ସରକାରୀ କର୍ମଚାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ଜିଲ୍ଲାର ସମସ୍ତ ବିଡିଓ ଓ ତହସିଲଦାରଙ୍କୁ ସଜାଗ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି ଜିଲ୍ଲାପାଳ। ପ୍ରବଳ ବର୍ଷା ପାଇଁ ଜିଲ୍ଲାର ସମସ୍ତ ବିଡିଓ ଓ ତହସିଲଦାରଙ୍କୁ ସଜାଗ ରହିବାକୁ କୁହାଯାଇଛି । ସୂଚନା ଯୋଗ୍ୟ, ଆସନ୍ତା ୨୮ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଆସନ୍ତା ୨୫ ତାରିଖରେ ବଙ୍ଗୋପସାଗର ଉପରେ ଆଉ ଏକ ଲଘୁଚାପ ସୃଷ୍ଟି ସମ୍ଭାବନା ରହିଛି । ଯାହାର ପ୍ରଭାବରେ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ତେଣୁ କୋରାପୁଟ ଜିଲ୍ଲାରେ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ୍ କରାଯାଇଛି । Post navigation ୩ ଓଡ଼ିଆ ଚଳଚ୍ଚିତ୍ରକୁ ମିଳିଲା ଜାତୀୟ ପୁରସ୍କାର; ପୁଷ୍କରା ପାଇଲା ଶ୍ରେଷ୍ଠ ଓଡ଼ିଆ ଚଳଚ୍ଚିତ୍ର ସମ୍ମାନ ୨୮ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା