ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ଖୋର୍ଦ୍ଧା ଜିଲ୍ଲାରେ ସରକାରୀ କର୍ମଚାରୀ ଓ ଅଧିକାରୀଙ୍କ ଛୁଟି ବାତିଲ କରାଯାଇଛି । ଆସନ୍ତାକାଲିଠାରୁ ଅକ୍ଟୋବର ୩୧ ତାରିଖ ପର୍ଯ୍ୟନ୍ତ ଏହି କଟକଣା ବଳବତ୍ତର ରହିବ । ଏନେଇ ଜିଲ୍ଲାପାଳଙ୍କ ପକ୍ଷରୁ ନିର୍ଦ୍ଦେଶ ଜାରି ହୋଇଛି । ନିର୍ଦ୍ଦେଶ ଅନୁଯାୟୀ, ଏହି ସମୟ ମଧ୍ୟରେ କୌଣସି ସରକାରୀ କର୍ମଚାରୀ କିମ୍ବା ଅଧିକାରୀ ବିନା ଅନୁମତିରେ ନିଜ ମୁଖ୍ୟାଳୟ ଛାଡ଼ିପାରିବେ ନାହିଁ । ଏଥିସହ ଛୁଟିରେ ଥିବା କର୍ମଚାରୀମାନଙ୍କୁ ତୁରନ୍ତ ନିଜ ନିଜ କାର୍ଯ୍ୟସ୍ଥଳରେ ଯୋଗଦେବାକୁ ନିର୍ଦ୍ଦେଶ ଦିଆଯାଇଛି । ସମ୍ଭାବ୍ୟ ବାତ୍ୟାର ମୁକାବିଲା, ଜରୁରୀକାଳୀନ ପରିସ୍ଥିତିରେ ତ୍ୱରିତ ପଦକ୍ଷେପ ଗ୍ରହଣ ଏବଂ ଜନସାଧାରଣଙ୍କୁ ଆବଶ୍ୟକ ସେବା ଯୋଗାଇଦେବା ପାଇଁ ପ୍ରଶାସନ ପକ୍ଷରୁ ଏହି ପଦକ୍ଷେପ ନିଆଯାଇଛି । ବାତ୍ୟାଜନିତ ଯେକୌଣସି ପରିସ୍ଥିତିର ମୁକାବିଲା ପାଇଁ ସମସ୍ତ ବିଭାଗକୁ ପ୍ରସ୍ତୁତ ରହିବାକୁ କୁହାଯାଇଛି । Post navigation Forest Dept Official Nabbed by Vigilance: ସୁନାବେଡ଼ା ବନ୍ୟପ୍ରାଣୀ ବିଭାଗର ବରିଷ୍ଠ ସହାୟକ ଗିରଫ, ୨.୬୦ କୋଟି ଟଙ୍କା ଦୁର୍ନୀତି ଅଭିଯୋଗ Cyclone Arnab Updates: ଦକ୍ଷିଣ ଓଡ଼ିଶାର ୫ ଜିଲ୍ଲାକୁ କ୍ୟାଟେଗୋରୀ-୧ରେ ରଖି ବାତ୍ୟା ମୁକାବିଲା ପାଇଁ ପ୍ରସ୍ତୁତି