ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ଘଡଘଡି ସହ ବର୍ଷା ସମ୍ଭାବନା । ବିଭିନ୍ନ ସ୍ଥାନରେ ଦେଖିବାକୁ ମିଳିବ କାଳବୈଶାଖୀର ପ୍ରଭାବ । ଏନେଇ ଆକଳନ କରିଛି ପାଣିପାଗ ବିଜ୍ଞାନ କେନ୍ଦ୍ର । ବିଶେଷ କରି ଉତ୍ତର ଓ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ବିଜୁଳି ଘଡଘଡି ସହ ବର୍ଷା ହେବ । ଏହା ସହ  ୩୦ରୁ ୪୦ କିଲୋମିଟର ବେଗରେ ପବନ ମଧ୍ୟ ବହିପାରେ । ଆସନ୍ତା ୨୦ ତାରିଖରେ ରାଜ୍ୟର ୨୪ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।

ପାଣିପାଗ ବିଭାଗର ଆକଳନ ଅନୁଯାୟୀ, ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପାଗରେ ପରିବର୍ତ୍ତନ ହେବ । ସେଥିପାଇଁ ଉତ୍ତର ଓଡ଼ିଶାର ୩ ଏବଂ ଦକ୍ଷିଣ ଓଡ଼ିଶାର ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ଏହା ସହ ବର୍ତ୍ତମାନର ସତର୍କତା ଅନୁଯାୟୀ, ଆଜି କୋରାପୁଟ, ରାୟଗଡା, ଗଜପତି, ଗଞ୍ଜାମ, କନ୍ଧମାଳ, ବୌଦ୍ଧ, କଳାହାଣ୍ଡି ଏବଂ ନୂଆପଡା ଜିଲ୍ଲାରେ ଆଗାମୀ ତିନି ଘଣ୍ଟା ମଧ୍ୟରେ ହାଲୁକା ବର୍ଷା କିମ୍ବା ବଜ୍ରପାତ ସହିତ ଝଡ଼ବର୍ଷା ହେବାର ସମ୍ଭାବନା ଅଛି।

Leave a Reply

Your email address will not be published. Required fields are marked *