ରାଜ୍ୟ ଉପରେ ଆଉ ଏକ ଘୁର୍ଣ୍ଣିବଳୟ ସମ୍ଭାବନା ରହିଛି। ବିଭିନ୍ନ ସ୍ଥାନରେ ୧୧ ତାରିଖ ପର୍ଯ୍ୟନ୍ତ ହାଲୁକାରୁ ମଧ୍ୟମ ବର୍ଷା ସମ୍ଭାବନା । ଅଧିକାଂଶ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କଲା ଆଞ୍ଚଳିକ ପାଣିପାଗ କେନ୍ଦ୍ର । ବିଜୁଳି ଘଡ଼ଘଡ଼ି ବର୍ଷା ସହ ଘଣ୍ଟାକୁ ୩୦ରୁ ୪୦ କିମି ପବନ ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। କେନ୍ଦ୍ରୀୟ ବଙ୍ଗୋପସାଗରରେ ଘୁର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ଥିବା ବେଳେ ବିଶେଷ କରି ଉତ୍ତର ଓ ଉପକୂଳ ଓଡ଼ିଶାରେ ବର୍ଷା ର ପ୍ରଭାବରେ ରହିବ । ସେପଟେ ୯ ଅକ୍ଟୋବର ବେଳକୁ ଉତ୍ତର ବଙ୍ଗୋପସାଗର ରେ ଆଉ ଏକ ଲଘୁଚାପ ସମ୍ଭାବନାକୁ ନେଇ ଭାରତୀୟ ପାଣିପାଗ ବି ଆକଳନ କରିଛି ।

ସେହିପରି ଗତ ୨୪ ଘଣ୍ଟାରେ ରାଜ୍ୟର ୩ଟି ସ୍ଥାନରେ ପ୍ରବଳ ବର୍ଷା ରେକର୍ଡ କରାଯାଇଛି। ପୁରୀଠାରେ ସର୍ବାଧିକ ବର୍ଷା ୭୭.୨ ମି.ମି. ବର୍ଷା ରେକର୍ଡ କରାଯାଇଥିବାବେଳେ, ଭଦ୍ରକ ଚାନ୍ଦବାଲିରେ ୫୬.୪ ମି.ମି ଏବଂ ସୋନପୁରଠାରେ ୩୨.୨ ମି.ମି. ବର୍ଷା ହୋଇଛି।

ଗତକାଲି କିଛି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରି ସତର୍କ କରିଛି ପାଣିପାଗ କେନ୍ଦ୍ର । ଏହି ଜିଲ୍ଲା ଗୁଡ଼ିକ ହେଉଛି-: ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ, ବୌଦ୍ଧ, କନ୍ଧମାଳ, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବିଜୁଳି ଓ ଘଡ଼ଘଡ଼ି ସହିତ ଘଣ୍ଟାପ୍ରତି ଝଟକାପବନ ୩୦-୪୦ କିଲୋମିଟର ବେଗରେ ବହିବା ସହିତ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

ସେହିପରି ଅକ୍ଟୋବର ୯ ତାରିଖ ପାଇଁ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ, ବୌଦ୍ଧ, କନ୍ଧମାଳ, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଭଳି ଜିଲ୍ଲା ଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହିସବୁ ଜିଲ୍ଲା ଗୁଡ଼ିକର ଗୋଟିଏ କିମ୍ବା ୨ଟି ସ୍ଥାନରେ ପ୍ରବଳ ବର୍ଷା, ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି ।

Leave a Reply

Your email address will not be published. Required fields are marked *