ଶେଷରେ ଓଡ଼ିଶାର ୧୮ଟି ଲୋକସଭା ଆସନ ପାଇଁ ବିଜେପି ତା’ର ପ୍ରାର୍ଥୀ ତାଲିକା ଘୋଷଣା କରିଛି । ପୂର୍ବରୁ ବିଜେପି ପକ୍ଷରୁ ୪ଟି ପର୍ଯ୍ୟାୟରେ ପ୍ରାର୍ଥୀ ତାଲିକା ଜାରି କରାଯାଇଥିବା ଏହା ଦଳର ୫ମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା । କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସମ୍ବଲପୁରୁ ଆସନରୁ ଲଢ଼ିବେ । ସେହିପରି ଅପରାଜିତା ଷଡ଼ଙ୍ଗୀ ଭୁବନେଶ୍ୱର ସଂସଦୀୟ କ୍ଷେତ୍ରରୁ ଲଢ଼ିବେ ବୋଲି ଦଳ ପକ୍ଷରୁ ଘୋଷଣା କରାଯାଇଛି ।

ସେହିପରି ବରଗଡ଼ରୁ ପ୍ରଦୀପ ପୁରୋହିତ, ସୁନ୍ଦରଗଡ଼ରୁ ଜୁଏଲ ଓରାମ, କେଉଁଝରରୁ ଅନନ୍ତ ନାୟକ, ମୟୂରଭଞ୍ଜରୁ ନବ ଚରଣ ମାଝୀ, ବାଲେଶ୍ୱରରୁ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ, ଭଦ୍ରକରୁ ଅଭିମନ୍ୟୁ ସେଠୀ, ଢେଙ୍କାନାଳରୁ ରୁଦ୍ର ନାରାୟଣ ପାଣି, ବଲାଙ୍ଗିରରୁ ସଙ୍ଗୀତା କୁମାରୀ ସିଂହ ଦେଓ, କଳାହାଣ୍ଡିରୁ ମାଳବିକା କେଶରୀ ଦେଓ, ନବରଙ୍ଗପୁରରୁ ବଳଭଦ୍ର ମାଝୀ, କେନ୍ଦ୍ରାପଡ଼ାରୁ ବୈଜୟନ୍ତ ପଣ୍ଡା, ଜଗତସିଂହପୁରରୁ ବିଭୁ ପ୍ରସାଦ ତରାଇ, ପୁରୀରୁ ସମ୍ବିତ ପାତ୍ର, ଆସ୍କାରୁ ଅନିତା ସୁଭଦର୍ଶିନୀ, ବ୍ରହ୍ମପୁରରୁ ପ୍ରଦୀପ କୁମାର ପାଣିଗ୍ରାହୀ, କୋରାପୁଟରୁ କାଲେରାମ ମାଝୀ ଲଢ଼ିବେ ।

କଟକ, କନ୍ଧମାଳ ଓ ଯାଜପୁର ଲୋକ ସଭା ପାଇଁ ବିଜେପି ଏପର୍ଯ୍ୟନ୍ତ ପ୍ରାର୍ଥୀ ଘୋଷଣା କରିନାହିଁ ।

By Shree

Passionate about writing political content and unbiased journalism

Leave a Reply

Your email address will not be published. Required fields are marked *