Lord Jagannath’s Banaklagi ritual today in Srimandir
ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେଉଛି । ଏହି ନୀତି ପାଇଁ ସର୍ବସାଧାରଣ ଦର୍ଶନ ପ୍ରାୟ ୪ ଘଣ୍ଟା ବନ୍ଦ ରହିବ । ସନ୍ଧ୍ୟା ୬ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ।
 
ଦ୍ଵିତୀୟ ଭୋଗମଣ୍ଡପ ଭୋଗ ଶେଷ ପରେ ନୀତି ଆରମ୍ଭ ହେବ । ବନକଲାଗି ନୀତି ପରେ ମହାପ୍ରଭୁଙ୍କୁ ମହାସ୍ନାନ କରାଯିବ ଏବଂ ତା’ ପରେ ପୁଣି ଶ୍ରଦ୍ଧାଳୁ ଠାକୁରଙ୍କ ଦର୍ଶନ କରିପାରିବେ ।
 
ଶ୍ରୀମନ୍ଦିରରେ ମଧ୍ୟାହ୍ନ ଧୂପ ସରିବା ପରେ ଦତ୍ତମହାପାତ୍ର ସେବକ ମାନେ ରତ୍ନବେଦୀରେ ମହାପ୍ରଭୁଙ୍କର ବନକଲାଗି ନୀତି ସଂପନ୍ନ କରିବେ । ହିଙ୍ଗୁଳ, ହରିତାଳ, ଶଙ୍ଖ, କସ୍ତୁରୀ ଓ କଳା ଆଦି ପ୍ରାକୃତିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ ।

By Nirvay

Leave a Reply

Your email address will not be published. Required fields are marked *