ବିଜେଡିରେ କିଏ ତାଙ୍କ ଉତ୍ତରାଧିକାରୀ ହେବ, ଏହାଙ୍କ ନେଇ ଆଲୋଚନା ଚାଲିଥିବା ଶେଷ ପର୍ଯ୍ୟାୟ ନିର୍ବାଚନ ପୂର୍ବରୁ ବଡ ବୟାନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପାଣ୍ଡିଆନ ତାଙ୍କର ଉତ୍ତରାଧିକାରୀ ନୁହନ୍ତି ବୋଲି ନବୀନ ଆଜି ସ୍ପଷ୍ଟ କରିଛନ୍ତି। ତାହା ସହ ଏହି କଥାକୁ କାହିଁକି ବଢ଼ାଇଚଢ଼ାଇ ପ୍ରଚାର କରାଯାଉଛି ବୋଲି ସେ ଓଲଟା ପ୍ରଶ୍ନ କରିଛନ୍ତି।

ଆଜି ଜାତୀୟ ଖବର ସରବରାହ ସଂସ୍ଥା ଏଏନ୍ଆଇକୁ ସାକ୍ଷାତକାର ଦେଇ ନବୀନ କହିଛନ୍ତି ”ମୋ ଉତ୍ତରାଧିକାରୀ ଭିକେ ପାଣ୍ଡିଆନ ନୁହନ୍ତି, ପାଣ୍ଡିଆନ ନିର୍ବାଚନରେ ମଧ୍ୟ ଛିଡ଼ା ହୋଇ ନାହାନ୍ତି। ଆଗକୁ ଓଡ଼ିଶା ଲୋକ ତାଙ୍କର ଉତ୍ତରାଧିକାରୀ ସ୍ଥିର କରିବେ। ତେଣୁକରି ଏ କଥାକୁ କାହିଁକି ବଢ଼ାଇଚଢ଼ାଇ କୁହାହେଉଛି ବୁଝା ପଡୁନାହିଁ। ନବୀନ ପଟ୍ଟନାୟକ କହିଛନ୍ତି, ମୁଖ୍ୟମନ୍ତ୍ରୀ ଭାବେ ସବୁ କ୍ଷମତା ମୋ’ ପାଖରେ ଅଛି । ମୁଁ ସବୁବେଳେ କ୍ୟାବିନେଟ୍ ମିଟିଂରେ ଅଧ୍ୟକ୍ଷତା କରେ ।

ଏହା ସହିତ ସ୍ବାସ୍ଥ୍ୟ ପ୍ରସଙ୍ଗରେ ମଧ୍ୟ ପ୍ରତିକ୍ରିୟା ରଖିଛନ୍ତି ମୁଖ୍ୟମନ୍ତ୍ରୀ। ମୁଁ ସୁସ୍ଥ ଅଛି, ମୋ ସ୍ବାସ୍ଥ୍ୟାବସ୍ଥା ପୁରା ଭଲ ଅଛି। ବିରୋଧୀମାନେ କେବଳ ଅପପ୍ରଚାର କରୁଛନ୍ତି। ମୁଁ ୨୭ ବର୍ଷ ହେବ ଦଳର ସଭାପତି, ସୁସ୍ଥ ରହିଲେ ଆଗକୁ ମଧ୍ୟ ଏହି ଦାୟିତ୍ୱ ତୁଲାଇବି ଏବଂ ମୋ ପରେ ବି ଲୋକଙ୍କ ପାଇଁ କାମ କରିବ ବିଜେଡି।

ଏହା ବ୍ୟତୀତ ନିର୍ବାଚନରେ ବହୁତ ଭଲ ରେଜଲ୍ଟ କରିବୁ ବୋଲି ନବୀନ କହିଛନ୍ତି। ବିଧାନସଭା ଏବଂ ଲୋକସଭା ନିର୍ବାଚନରେ ଦଳ ସଂଖ୍ୟାଗରିଷ୍ଠ ହାସଲ କରିବ। ତେବେ ଗତ ୧୦ ବର୍ଷ ଧରି ମୋ ସ୍ୱାସ୍ଥ୍ୟକୁ ନେଇ ଗୁଜବ ପ୍ରଚାର ହେଉଛି । ଭାଜପା କ୍ଷମତାକୁ ଆସିନପାରିବାରୁ ହତାଶ ହୋଇପଡ଼ି ଏପରି ପ୍ରଚାର କରୁଛନ୍ତି।

ତେବେ ବୁଧବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କର ସ୍ୱାସ୍ଥ୍ୟବସ୍ଥାକୁ ନେଇ ଉଠାଇଥିବା ପ୍ରଶ୍ନର ମଧ୍ୟ ନବୀନ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି ”କିଛି ଦିନ ତଳେ ପ୍ରଧାନମନ୍ତ୍ରୀ କହିଥିଲେ ସେ ମୋର ଭଲ ବନ୍ଧୁ, ତେଣୁକରି ମୋର ସ୍ୱାସ୍ଥ୍ୟ ନେଇ ଚିନ୍ତା ଥିଲେ ସେ ମୋତେ ଫୋନ୍ କରି କଥା ହୋଇଥାନ୍ତେ, କିନ୍ତୁ ସେ ଏହା ନ କରି ନିର୍ବାଚନୀ ସଭାରେ ନିଜର ଭୋଟ ବ୍ୟାଙ୍କ ପାଇଁ ଏପରି କହୁଛନ୍ତି । ଆଉ ମଧ୍ୟ ସେ କହିଛନ୍ତି ବିରୋଧୀଙ୍କ କ୍ରମାଗତ ହାମଲାକୁ ନେଇ ନବୀନ କହିଛନ୍ତି, ରାଜନୀତିରେ ମୋର କାହାପ୍ରତି ଆକ୍ରୋଶ ନାହିଁ । ସାଧାରଣ ଜୀବନରେ ମୁଁ କାହା ପ୍ରତି କେବେ ଆକ୍ରୋଶ ଦେଖାଇନି । ପ୍ରସଙ୍ଗ ଭିତ୍ତିକ ସମର୍ଥନ ଦରକାର ହେଲେ ପରିସ୍ଥିତି ଦେଖି ନିଷ୍ପତ୍ତି ନିଆଯିବ ।

ଅନ୍ୟପଟେ ନବୀନଙ୍କ ବିରୋଧୀ ଦଳର ଚାପ ଆଗରେ ମୁଣ୍ଡ ନୁଆଁଇ ଓ ବିରୋଧୀ ପାଣ୍ଡିଆନ ଉପରେ କରୁଥିବା ହମଲା ଆଉ ଚାରିଆଡ଼େ ଦେଖାଯାଉଥିବା ଆସୋନ୍ତୋଷକୁ ନିୟନ୍ତ୍ରଣ କରିବା ପାଇଁ ପାଣ୍ଡିଆନ ଉତ୍ତରାଧିକାରୀ ନୁହନ୍ତି ବୋଲି ଗଣମାଧ୍ୟମ ଆଗରେ କହିଥିବା ନେଇ ଚର୍ଚ୍ଚା ଜୋରରେ ଧରିଛି ।

ଆଉ ମଧ୍ୟ ସାକ୍ଷାତକାରରେ ନବୀନ ପଟ୍ଟନାୟକଙ୍କ ପାଖରେ ସ୍ୱର୍ଗତ ଅଟଳବିହାରୀ ବାଜପେୟୀଙ୍କ ସହ ତାଙ୍କ ଫଟୋ ରଖି ନବୀନ କେନ୍ଦ୍ରୀୟ ବିଜେପିକୁ ବନ୍ଧୁତାପୂର୍ଣ୍ଣ ସଙ୍କେତ ଦେଇଥିବା ଜଣାପଡିଛି ।

Leave a Reply

Your email address will not be published. Required fields are marked *