ରାଜ୍ୟରେ କିଛି ଦିନ ହେବ ଲଘୁଚାପ ଜନିତ ବର୍ଷା ଜାରି ରହିଥିବା ବେଳେ ଆଜି ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର। ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ ସୃଷ୍ଟି ହୋଇଛି । ଆଗାମୀ ୨୪ ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ହେବା ସମ୍ଭାବନା ରଖିଛି। ଏହାରି ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ପ୍ରବଳରୁ ଅତିପ୍ରବଳ ବର୍ଷିବା ସହ ସଂଲଗ୍ନ ଉପକୂଳ ଓ ପଶ୍ଚିମ ଓଡ଼ିଶାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି।

ସେହିପରି ଲଘୁଚାପ ପ୍ରଭାବରେ ଆଜିଠୁ ରାଜ୍ୟରେ ବଢିବ ବର୍ଷା ପରିମାଣ । ଆଜି କୋରାପୁଟ ଓ  ମାଲକାନଗିରିରେ ପ୍ରବଳରୁ ଅତିପ୍ରବଳ  ବର୍ଷା  ହେବ ସହିତ କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, ଗଜପତି, ନବରଙ୍ଗପୁର ଓ ନୂଆପଡ଼ାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଆଶଙ୍କା ରହିଛି। ଏହା ସହ ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ପାଇଁ ୨୨ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି ।

Leave a Reply

Your email address will not be published. Required fields are marked *