low-pressure-area-formed-over-strait-of-malacca
ଦକ୍ଷିଣଆଣ୍ଡାମାନ ସାଗରରେ ଆଜି ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଗତକାଲିର ଘୁର୍ଣ୍ଣିବଳୟ ପ୍ରଭାବରେ ଆଜି ମାଲାକ୍କା ସମୁଦ୍ର ସନ୍ଧି ପାର୍ଶ୍ଵବର୍ତ୍ତୀ ଦକ୍ଷିଣ ଆଣ୍ଡାମାନ ସାଗରରେ ଏହି ଲଘୁଚାପ କ୍ଷେତ୍ର ସୃଷ୍ଟି ହେଇଛି ।
 
ଭୁବନେଶ୍ୱର ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶିକା ଡ. ମନୋରମା ମହାନ୍ତି କହିଛନ୍ତି ଯେ, ଲଘୁଚାପ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତିକରି ଅଧିକ ଘନୀଭୂତ ହେବ । ୨୪ ତାରିଖ ସୋମବାର ବେଳକୁ ଦକ୍ଷିଣ ବଙ୍ଗୋପସାଗରର କେନ୍ଦ୍ରୀୟ ଅଞ୍ଚଳରେ ଅବପାତର ରୂପ ନେଇପାରେ । ପରବର୍ତ୍ତୀ ୪୮ ଘଣ୍ଟାରେ ଅର୍ଥାତ୍‌ ୨୬ ତାରିଖ ବେଳକୁ ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ଆହୁରି ଘନୀଭୂତ ହେବାର ସମ୍ଭାବନା ରହିଛି । ତେବେ ଆଗାମୀ ୭ ଦିନ ପର୍ଯ୍ୟନ୍ତ ରାଜ୍ୟରେ ଶୁଖିଲା ପାଗ ଜାରି ରହିବ ।
 
ତାହା ପରବର୍ତ୍ତୀ ସମୟରେ ବାତ୍ୟାରେ ପରିଣତ ହୋଇପାରେ । ୨୯ କିମ୍ବା ୩୦ ତାରିଖରେ ନେଇପାରେ ଭୀଷଣ ରୂପ । ତେବେ ଲଘୁଚାପ ସୃଷ୍ଟି ହେବା ପରେ ଅଧିକ ସ୍ପଷ୍ଟତା ଆସିପାରେ ବୋଲି କହିଛି ପାଣିପାଗ ବିଭାଗ ।
 
 
 
 
 
 
 
 
 
 
 
 
 
 

By Nirvay

Leave a Reply

Your email address will not be published. Required fields are marked *