ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର । ଉତ୍ତରପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ରାଜ୍ୟର ଅନେକ ସ୍ଥାନରେ, ବିଶେଷ କରି ଉପକୂଳ ଓଡ଼ିଶାରେ ମେଘୁଆ ପାଗ ସହିତ ବର୍ଷା ଜାରି ରହିଛି। ପାଣିପାଗ ବିଭାଗର ସୂଚନା ଅନୁସାରେ, ଏହି ଲଘୁଚାପ ପ୍ରଭାବରେ ଆସନ୍ତା ୨୪ ତାରିଖ ପର୍ଯ୍ୟନ୍ତ ଉପକୂଳ ଓଡ଼ିଶା ସମେତ ପାର୍ଶ୍ୱବର୍ତ୍ତୀ ଜିଲ୍ଲାଗୁଡ଼ିକରେ ବର୍ଷାର ପରିମାଣ ବୃଦ୍ଧି ପାଇବାର ସମ୍ଭାବନା ରହିଛି। ଏହି ସମୟରେ ସମୁଦ୍ର ଅଶାନ୍ତ ରହିବା ସମ୍ଭାବନା ଥିବାରୁ ମତ୍ସ୍ୟଜୀବୀମାନଙ୍କୁ ଗଭୀର ସମୁଦ୍ରକୁ ନଯିବା ପାଇଁ ସତର୍କ କରାଯାଇଛି । ଏଥିସହିତ ଆଜି ବର୍ଷା ପାଇଁ ପୁରା ରାଜ୍ୟକୁ ଆଲର୍ଟ କରାଯାଇଛି । ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ୫ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ । ବାକି ସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। Post navigation Foreign Vessel Goes Missing Off Paradip Port: ପାରାଦୀପରୁ ବାହାରିଥିବା ବିଦେଶୀ ଜାହାଜ ଗଭୀର ସମୁଦ୍ରରେ ନିଖୋଜ Foreign Vessel Goes Missing Off Paradip Port: ମଝି ସମୁଦ୍ରରେ କାର୍ଗୋ ଜାହାଜ ବୁଡ଼ି ଯାଇଥିବା ଘଟଣା; ୨ ଜଣ କ୍ରିଉ ମେମ୍ବର ଉଦ୍ଧାର