ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ । ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ ସୃଷ୍ଟି ହୋଇଛି। ବଙ୍ଗୋପସାଗରରେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ, ଆଜି ସକାଳ ୫ଟା ୩୦ ସମୟରେ ଉତ୍ତରବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ପଶ୍ଚିମବଙ୍ଗ-ବାଂଲାଦେଶ ଉପକୂଳ ନିକଟରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଆଗାମୀ ୪୮ ଘଣ୍ଟାରେ ଏହା ଅଧିକ ଘନୀଭୂତ ସହ ଉତ୍ତର-ପଶ୍ଚିମ ଦିଗକୁ ଗତି କରିବା ସମ୍ଭାବନା ରହିଛି। ଏହା ପ୍ରଭାବରେ ରାଜ୍ୟରେ ବର୍ଷା ପ୍ରକୋପ ବଢ଼ିବ । ଆସନ୍ତା ୫ ରୁ ୬ ଦିନ ଧରି ରାଜ୍ଯର ବିଭିନ୍ନ ଅଞ୍ଚଳରେ ବର୍ଷା ଲାଗି ରହିବ ।

Leave a Reply

Your email address will not be published. Required fields are marked *