ପୁଣିଥରେ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଅକ୍ଟୋବର ୧୩ ତାରିଖ ବେଳକୁ ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଥିବା ନେଇ ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ପାଣିପାଗ ବିଭାଗର ଆକଳନ ଅନୁସାରେ, ବର୍ତ୍ତମାନ ଥାଇଲାଣ୍ଡ ଉପସାଗର ଉପରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହାସହ ଆସନ୍ତାକାଲି ଆଣ୍ଡାମାନ ସାଗର ଉପରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଉଭୟ ଘୂର୍ଣ୍ଣିବଳୟର ପ୍ରଭାବରେ ଅକ୍ଟୋବର ୧୩ ତାରିଖ ବେଳକୁ ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇପାରେ। ଏହା ଉତ୍ତର, ପଶ୍ଚିମ ଦିଗରେ ମୁହାଁଇ ଉତ୍ତର ତାମିଲନାଡୁ ଓ ଦକ୍ଷିଣ ଆନ୍ଧ୍ରପ୍ରଦେଶ ଆଡ଼କୁ ଯାଇପାରେ । ଓଡ଼ିଶା ଉପରେ ଏହାର ପ୍ରଭାବ ପଡ଼ିନପାରେ ବୋଲି ଭାରତୀୟ ପାଣିପାଗ ବିଭାଗ ବିସ୍ତାରିତ ଆକଳନରୁ ଜଣାପଡ଼ିଛି । Post navigation Terror Attack at Riyadh Airport: ରିୟାଦ୍ ଇଣ୍ଟରନ୍ୟାସନାଲ ଏୟାରପୋର୍ଟରେ ଆତଙ୍କୀ ଆକ୍ରମଣ: ୧୨ ମୃତ