ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ଦେଖାଦେଇଛି। ଆସନ୍ତାକାଲି ଆଣ୍ଡାମାନ ସାଗରରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ହେବା ସହ, ଆସନ୍ତା ୨୪ ତାରିଖ ବେଳକୁ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁଯାୟୀ, ଉପରି ବାୟୁମଣ୍ଡଳରେ ସୃଷ୍ଟି ହେବାକୁ ଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉପକୂଳ ଏବଂ ଆଭ୍ୟନ୍ତରୀଣ ଓଡ଼ିଶାର କିଛି କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ବିଶେଷକରି ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ଏବଂ ମାଲକାନଗିରି ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ଏବଂ ଝଟକା ପବନ ହେବାର ପୂର୍ବାନୁମାନ କରାଯାଇଛି। ଏହି ସବୁ ଜିଲ୍ଲାଗୁଡ଼ିକ ପାଇଁ ପାଣିପାଗ ବିଭାଗ ପକ୍ଷରୁ ‘ୟେଲୋ ୱାର୍ଣ୍ଣିଂ’ ଜାରି କରାଯାଇଛି। ଅନ୍ୟପକ୍ଷରେ ସାମ୍ଭାବ୍ୟ ଲଘୁଚାପ ପରବର୍ତ୍ତୀ ସମୟରେ ଅବପାତ କିମ୍ବା ବାତ୍ୟାର ରୂପ ନେବ କି ନାହିଁ, ତାହା ସ୍ପଷ୍ଟ ହୋଇନାହିଁ। ବିଭିନ୍ନ ପାଣିପାଗ ମଡେଲ୍ରେ ଏହାର ତୀବ୍ରତା ଓ ଗତିପଥକୁ ନେଇ ଭିନ୍ନ ଭିନ୍ନ ସଙ୍କେତ ମିଳୁଛି। ଆଇଏମଡି କହିଛି ବଙ୍ଗୋପସାଗରର ପାଣିପାଗ ସ୍ଥିତି ଉପରେ ନଜର ରଖାଯାଇଛି ଏବଂ ଅବପାତ ଗଠନ କିମ୍ବା ବାତ୍ୟା ସୃଷ୍ଟି ହେବା ନେଇ କୌଣସି ନିଶ୍ଚିତ ପୂର୍ବାନୁମାନ ଦିଆଯାଇନାହିଁ। Post navigation Durga Puja 2026: ରାଜ୍ୟବାସୀଙ୍କୁ ପବିତ୍ର ଦୁର୍ଗାପୂଜାର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ टाइगर श्रॉफ पर फायरिंग के लिए हमलावरों को मिले थे सुपारी