ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଓଡ଼ିଶାରେ ପୁଣି ବର୍ଷା ଆରମ୍ଭ ହୋଇଛି। ରାଜ୍ୟର ଅନେକ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ପାଣିପାଗ ବିଭାଗ ପକ୍ଷରୁ ୩ଟି ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଏବଂ ୨୧ଟି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ବର୍ଷା ସହିତ ରାଜ୍ୟର କିଛି ସ୍ଥାନରେ ଘଡ଼ଘଡ଼ି, ବିଜୁଳି ସହ ଘଣ୍ଟାପ୍ରତି ୪୦ ରୁ ୫୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି ।

ଅନ୍ୟପଟେ ସମୁଦ୍ର ଅଶାନ୍ତ ରହିବାକୁ ଥିବାରୁ ମତ୍ସ୍ୟଜୀବୀଙ୍କୁ ଓଡ଼ିଶା ଉପକୂଳ ଓ ସଲଗ୍ନ ସମୁଦ୍ର ଅଞ୍ଚଳ ମଧ୍ୟକୁ ନଯିବାକୁ ପରାମର୍ଶ ଦିଆଯାଇଛି ।

Leave a Reply

Your email address will not be published. Required fields are marked *