ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଅଧିକ ଘନୀଭୂତ ହୋଇ ଗଭୀର ଅବପାତର ରୂପ ନେଲା ଲଘୁଚାପ । ସେଥିପାଇଁ ଆସନ୍ତା ୧୨ ଘଣ୍ଟା ମଧ୍ୟରେ ଓଡ଼ିଶା ଉପକୂଳ ଛୁଇଁବାର ସମ୍ଭାବନା ରଲିଛି। ଏହା ଓଡ଼ିଶା ଓ ଉତ୍ତର ଆନ୍ଧ୍ର ଉପକୂଳରେ ରହିଛି । କାଲି ସକାଳେ ପୁରୀ ନିକଟରେ ଅତିକ୍ରମ କରିବ । ଏହାର ପ୍ରଭାବରେ ଆଗାମୀ ୫ଦିନ ସାରା ରାଜ୍ୟରେ ଜାରି ରହିବ ବର୍ଷା। ପ୍ରବଳ ବର୍ଷା ପାଇଁ ମାଲକାନଗିରି, କୋରାପୁଟ, ନବରଙ୍ଗପୁରକୁ ରେଡ୍ ଆଲର୍ଟ ଜାରି କରିବା ସହ ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର । ଏହା ଛଡା ୨୨ ତାରିଖ ଯାଏଁ ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ଯିବାକୁ ବାରଣ କରାଯାଇଛି । Post navigation ଓଡ଼ିଶା ସରକାରୀ ପ୍ରେସ୍ରେ ତିନି ଜଣ ଯୁବତୀଙ୍କୁ ଅସଦାଚରଣ ଅଭିଯୋଗ ବରିଷ୍ଠ ଆଇନଜୀବୀ ପୀତାମ୍ବର ଆଚାର୍ଯ୍ୟ ହେଲେ ଓଡ଼ିଶାର ଆଡଭୋକେଟ୍ ଜେନେରାଲ୍