ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର । ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହା ୩୬ ଘଣ୍ଟାରେ ଅବପାତରେ ପରିଣତ ହେବା ସମ୍ଭାବନା ରହିଛି । ଏହାର ପ୍ରଭାବରେ ରାଜ୍ୟରେ ସପ୍ତାହେ ପର୍ଯ୍ୟନ୍ତ ବର୍ଷା ଲାଗି ରହିବ ବୋଲି ଆକଳନ କରାଯାଇଛି । ଲଘୁଚାପ ପଶ୍ଚିମ-ଉତ୍ତର, ପଶ୍ଚିମ ଦିଗକୁ ଗତି କରିବା ସହିତ ପରବର୍ତ୍ତୀ ସମୟରେ ଦକ୍ଷିଣ ବଙ୍ଗୋପସାଗର କେନ୍ଦ୍ରୀୟ ଅଂଶ ଓ ନିକଟବର୍ତ୍ତୀ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଅବପାତର ରୂପ ନେବାର ସମ୍ଭାବନା ରହିଛି । ଏହାରି ପ୍ରଭାବରେ ଆଜିଠାରୁ ରାଜ୍ୟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି । ଅଧାରୁ ଅଧା ଜିଲ୍ଲାରେ ବର୍ଷା ପାଇଁ ସତର୍କ ସୂଚନା ଦିଆଯାଇଛି । ଦକ୍ଷିଣ ଓଡ଼ିଶା ସମେତ ଉପକୂଳ ଓଡ଼ିଶାରେ ବର୍ଷା ସମ୍ଭାବନା ରହିଛି । ଆସନ୍ତା ୨୪ରୁ ୨୬ ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷା ଆଶଙ୍କା କରାଯାଉଛି । ୩୦ରୁ ୪୦ କିଲୋମିଟର ବେଗରେ ପବନ ମଧ୍ୟ ବହିବାର ସମ୍ଭାବନା ରହିଛି । ପୁଣି ରାଜ୍ୟରେ ଲଘୁଚାପ ପ୍ରଭାବ ବର୍ଷାରେ ଜାରି ରହିବ । ଅନ୍ୟପଟେ ବାତ୍ୟା ଭୟ ସମସ୍ତଙ୍କୁ ଭୟଭୀତ କରୁଛି । ଏପର୍ଯ୍ୟନ୍ତ ବାତ୍ୟା ନେଇ ଆଇଏମଡି ପକ୍ଷରୁ କିଛି ଆକଳନ କରାଯାଇନାହିଁ । କିନ୍ତୁ ବିଭିନ୍ନ ମଡେଲ ବାତ୍ୟା ନେଇ ଆଶଙ୍କା କରୁଛନ୍ତି । Post navigation Delhi Air Pollution: ଦିଲ୍ଲୀ ବାୟୁ ‘ବିପଦପୂର୍ଣ୍ଣ’; NCR ଅଞ୍ଚଳର ବିଭିନ୍ନ ସ୍ଥାନରେ AQI ୫୦୦ ପାର୍ Pitabas Panda murder case: ଖୁବ୍ଶୀଘ୍ର ପୀତବାସ ହତ୍ୟାକାଣ୍ଡର ହେବ ଖୁଲାସା: ଆଇଜି