ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର । ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଉତ୍ତର ଓଡ଼ିଶା ଉପକୂଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଆସନ୍ତା ୨ରୁ ୩ ଦିନ ମଧ୍ୟରେ ଆହୁରି ସକ୍ରିୟ ହେବ ଲଘୁଚାପ । ସକ୍ରିୟ ହୋଇ ସୁଦୃଶ୍ୟ ଲଘୁଚାପ କ୍ଷେତ୍ରରେ ପରିଣତ ହେବ ।

ଏହି ଲଘୁଚାପ କ୍ଷେତ୍ରର ପ୍ରଭାବରେ ଓଡ଼ିଶାର ଅନେକ ସ୍ଥାନରେ ଜୁଲାଇ ୮ ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ରାଜ୍ୟର ଅନେକ ଅଞ୍ଚଳରେ ଗତ ୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ରେକର୍ଡ କରାଯାଇଛି । ଲଘୁଚାପ ପ୍ରଭାବରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ସହିତ ବିଭିନ୍ନ ଜିଲ୍ଲାରେ ଘଡ଼ଘଡ଼ି, ବିଜୁଳି ଏବଂ ଝଡ଼ ପବନ (୪୦-୫୦ କିଲୋମିଟର କିମ୍ବା ତା’ଠାରୁ ଅଧିକ) ହୋଇପାରେ ବୋଲି ଅନୁମାନ କରିଛି ପାଣିପାଗ ବିଭାଗ।

Leave a Reply

Your email address will not be published. Required fields are marked *

loader