ସାରା ରାଜ୍ୟରେ ସକ୍ରିୟ ରହିଛି ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ । ଏହାରି ମଧ୍ୟରେ ଆଗାମୀ ୧୨ ଘଣ୍ଟା ମଧ୍ୟରେ ଲଘୁଚାପ ସୃଷ୍ଟି ସମ୍ଭାବନା । ଗାଙ୍ଗେୟ ପଶ୍ଚିମବଙ୍ଗ ଉପତ୍ୟକାରେ ସକ୍ରିୟ ରହିଛି ଘୂର୍ଣ୍ଣିବଳୟ। ଏହା ପ୍ରଭାବରେ ୧୨ ଘଣ୍ଟା ମଧ୍ୟରେ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା ରହିଛି । ତେଣୁ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ଏନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି ।

ସେହିପରି ଆଜି ବର୍ଷା ଓ ବଜ୍ରପାତ ପାଇଁ ସୁନ୍ଦରଗଡ଼, ଝାରସୁଗୁଡ଼ା ଓ କେନ୍ଦୁଝର ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଓ ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଆସନ୍ତା ୮ ତାରିଖରୁ ଉପକୂଳ ଓଡ଼ିଶାରେ ବର୍ଷାର ପରିମାଣ କମିବାର ସମ୍ଭାବନା ରହିଛି ।

Leave a Reply

Your email address will not be published. Required fields are marked *