Low Pressure likely to form over BoB around May 27
ପାଣିପାଗ ବିଭାଗର ଆକଳନ ଅନୁସାରେ, ଆସନ୍ତା ୨୭ ତାରିଖରେ ପଶ୍ଚିମ କେନ୍ଦ୍ରୀୟ ଓ ତାର ପାଶ୍ୱବର୍ତ୍ତୀ ଉତ୍ତର ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ଅଛି ।
 
ଏହାର ୨ ଦିନ ଭିତରେ ଲଘୁଚାପ ଅଧିକ ଘନୀଭୂତ ହୋଇ ରାଜ୍ୟର ବିଭିନ୍ନ ସ୍ଥାନରେ ୨୭ ରୁ ୩୧ ପର୍ଯ୍ୟନ୍ତ ବର୍ଷା ସମ୍ଭାବନା ରହିଛି । ବିଶେଷ କରି ଦକ୍ଷିଣ ଓଡ଼ିଶାରେ ବର୍ଷାର ପ୍ରଭାବ ଅଧିକ ରହିବ । ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ।
 
ଏହି ଲଘୁଚାପ ବର୍ଷା ମୌସୁମୀ ବାୟୁ ଅଗ୍ରସରକୁ ଆହୁରି ସକ୍ରିୟ କରିବ । ଆଗାମୀ ୨ ରୁ ୩ ଦିନ ମଧ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ କେରଳ ଉପକୂଳ ଛୁଇଁବା ପାଇଁ ପାଗ ସମ୍ପୂର୍ଣ୍ଣ ଅନୁକୂଳ ରହିଛି । ସଅଳ ମୌସୁମି ପାଇଁ ଏହି ଲଘୁଚାପ ସହାୟକ ହେବ । ଆଗାମୀ ୫ ଦିନ ପାଗରେ କିଛି ପରିବର୍ତ୍ତନ ହେବନି ।
 
ସେହିପରି ଆସନ୍ତା ୭ ଦିନ ଯାଏ ସାରା ରାଜ୍ୟରେ କାଳବୈଶାଖୀ ପ୍ରଭାବ ରହିବ । ଆଗାମୀ ୨୪ ଘଣ୍ଟାରେ ପ୍ରାୟ ସମସ୍ତ ଜିଲ୍ଲାରେ ବିଜୁଳି, ଘଡଘଡି ସହ ବର୍ଷା ହେବା ନେଇ ୟେଲୋ ଆଲର୍ଟ ଜାରି କରାଯାଇଛି ।
 

By Nirvay

Leave a Reply

Your email address will not be published. Required fields are marked *