ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇଛି। କ୍ରମଶଃ ଉତ୍ତର ପଶ୍ଚିମ ଦିଗରେ ଗତି କରିବ ବୋଲି ଜଣାପଡିଛି। ଉତ୍ତର ପଶ୍ଚିମ ଦିଗରେ ଗତି କରି ଘନୀଭୂତ ହେବ। କାଲି ସୁଦ୍ଧା ସୁଦୃଶ ଲଘୁଚାପରେ ପରିଣତ ହେବ। ଆସନ୍ତା ୨ ତାରିଖରେ ଅବପାତର ରୂପ ନେବ। ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ରପ୍ରଦେଶରେ ଅବପାତର ରୂପ ନେବ । ଏହାର ପ୍ରଭାବରେ ଆସନ୍ତା ୩୧ ତାରିଖ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଆଜି ମାଲକାନଗିରି, କୋରାପୁଟ, ନବରଙ୍ଗପୁର ଓ ରାୟଗଡ଼ାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସେହିପରି ଗଞ୍ଜାମ, ଗଜପତି, କଳାହାଣ୍ଡି, କନ୍ଧମାଳ, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ନୂଆପଡ଼ା, ନୟାଗଡ଼, ଖୋର୍ଦ୍ଧା ଓ ପୁରୀ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

Leave a Reply

Your email address will not be published. Required fields are marked *