୨୦୨୧ ମସିହାରେ ଘଟିଥିବା ବହୁ ଚର୍ଚ୍ଚିତ ମାହାଙ୍ଗା ଡବଲ ମର୍ଡର ମାମଲାରେ ପୂର୍ବତନ ମନ୍ତ୍ରୀ ତଥା ମାହାଙ୍ଗାର ପୂର୍ବତନ ବିଧାୟକ ପ୍ରତାପ ଜେନାଙ୍କୁ ହାଇକୋର୍ଟରୁ ଆଶ୍ଵସ୍ତି ମିଳିଛି। ପ୍ରତାପଙ୍କ ନାଁରେ ତଳକୋର୍ଟ ମାମଲାକୁ ଖାରଜ କରିଛନ୍ତି ହାଇକୋର୍ଟ। ପ୍ରତାପଙ୍କ ବିରୋଧରେ ଅପରାଧିକ ମାମଲା ଚାଲିବା ନେଇ ରାୟ ପ୍ରଦାନ କରିଥିଲେ ତଳ କୋର୍ଟ। ତଳକୋର୍ଟ ରାୟ ବିରୋଧରେ ହାଇକୋର୍ଟ ଯାଇଥିଲେ ପ୍ରତାପ ଜେନା  ।

ଡବଲ ମର୍ଡର ମାମଲାରେ ୧୩ ନମ୍ବର ମୁଦାଲା ଥିଲେ ପ୍ରତାପ ଜେନା । ଚାର୍ଜସିଟ୍‌ରେ ପ୍ରତାପଙ୍କ ନାଁ ନଥିବାରୁ ପୁନଃ ତଦନ୍ତ ନିର୍ଦ୍ଦେଶ ହୋଇଥିଲା । ସାଲେପୁର କୋର୍ଟଙ୍କ ପୁନଃ ତଦନ୍ତ ନିର୍ଦ୍ଦେଶ ପରେ ପୋଲିସ ନାଁ ଯୋଡ଼ିଥିଲା । ତଳକୋର୍ଟରେ ତାଙ୍କ ନାଁ ଯୋଡ଼ାଯିବା ପରେ ହାଇକୋର୍ଟ ଯାଇଥିଲେ ପ୍ରତାପ ।

କୋର୍ଟଙ୍କ ରାୟ ପରେ ନିଜ ସୋସିଆଲ ମିଡ଼ିଆ ଏକ୍ସ ଜରିଆରେ ପ୍ରତିକ୍ରିୟା ରଖିଛନ୍ତି ପ୍ରତାପ ଜେନା । ସେ ଲେଖିଛନ୍ତି ସତ୍ୟର ସବୁବେଳେ ଜୟ ହୁଏ, ଯେଉଁଠାରେ ଠାକୁର ଶ୍ରୀଜଗନ୍ନାଥ ଅଛନ୍ତି, ସେଠାରେ ଅନ୍ୟାୟ କେବେ ବି ଟିକିପାରିବ ନାହିଁ।

ସୂଚନା ମୁତାବକ; ୨୦୨୧ ଜାନୁଆରୀ ୩ ତାରିଖରେ ବିଜେପି ନେତା ତଥା ପୂର୍ବତନ ମାହାଙ୍ଗା ବ୍ଳକ ଅଧ୍ୟକ୍ଷ କୁଳମଣି ବରାଳ ଏବଂ ତାଙ୍କର ଘନିଷ୍ଠ ସହଯୋଗୀ ଦିବ୍ୟସିଂହ ବରାଳଙ୍କୁ ଅତି ନିର୍ମମ ଭାବେ ହତ୍ୟା କରାଯାଇଥିଲା। ପରେ ଏହି ମାମଲାର ମୁଖ୍ୟ ଅଭିଯୁକ୍ତ ଥିବା ପ୍ରଫୁଲ ବିଶ୍ୱାଳଙ୍କ ଟାଙ୍ଗି-କଟକ ରାସ୍ତାରେ ସନ୍ଦେହଜନକ ଭାବେ ଟ୍ରକ ଦୁର୍ଘଟଣାରେ ମୃତ୍ୟୁ ହୋଇଥିଲା।।

Leave a Reply

Your email address will not be published. Required fields are marked *