ମହାପ୍ରଭୁଙ୍କ ମୋଦକ ଚୋରି ଅଭିଯୋଗକୁ ଖଣ୍ଡନ କଲେ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ । ସେ କହିଛନ୍ତି କିଛି ଲୋକ ବାହାଦୁରୀ ନେବାକୁ ବିଭ୍ରାନ୍ତି ସୃଷ୍ଟି କରୁଛନ୍ତି  । ମୋଦକ ଚୋରି ହୋଇ ନାହିଁ ଯାହାକୁ ନେଇ ସ୍ପଷ୍ଟ କରି ସାରିଛନ୍ତି ମୁଖ୍ୟ ପ୍ରଶାସକ । ମୋଦକ କେବେ ଗଣତି ବି ହୁଏ ନାହିଁ । ଯଦି ବାହାଦୁରୀ ନେବାକୁ ଏଭଳି କହିଥିବେ ସେମାନଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ନିଆଯିବ ।

ସୂଚନା ଯୋଗ୍ୟ; ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ମୋଦକ ଚୋରି ହୋଇଥିବା ନେଇ ବଡଠାକୁରଙ୍କ ବାଡଗ୍ରାହୀ ଦଳଧର ଦାସ ମହାପାତ୍ର କରିଥିବା ଅଭିଯୋଗ କରିଥିଲେ । ୭୦ଟି ମୋଦକ ଚୋରି ହୋଇଯାଇଥିଲା ବୋଲି ଅଭିଯୋଗ ହୋଇଥିଲା। କାର୍ଯ୍ୟାନୁଷ୍ଠାନ ପାଇଁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କୁ ଚିଠି ଲେଖିଥିଲେ ବଳଭଦ୍ରଙ୍କ ବାଡ଼ଗ୍ରାହୀ ହଳଧର ଦାସ ମହାପାତ୍ର ।

Leave a Reply

Your email address will not be published. Required fields are marked *