ବାରିପଦା: ଘାଟିରେ ଖସିଲା ଯାତ୍ରାପାର୍ଟି ଟ୍ରକ୍ । ଦୁର୍ଘଟଣାରେ ୫ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧୦ରୁ ଅଧିକ ଲୋକ ଗୁରୁତର ହୋଇଛନ୍ତି । ଟ୍ରକ୍ ତଳେ କିଛି ଲୋକ ଚାପି ହୋଇ ରହିଥିବା ସୂଚନା ମିଳିଛି ।

ସୂଚନା ଅନୁଯାୟୀ, ମୟୁରଭଞ୍ଜ ଜିଲ୍ଲା ବାଙ୍ଗିରିପୋଷି ସ୍ଥିତ ଦ୍ଵାରଶୁଣୀ ଘାଟିରେ ଘଟିଛି ମର୍ମନ୍ତୁଦ ଦୁର୍ଘଟଣା । ଭାରସାମ୍ୟ ହରାଇ ଘାଟି ତଳକୁ ଖସିପଡିଛି ଯାତ୍ରାପାର୍ଟି ଟ୍ରକ୍ । ଦୁର୍ଘଟଣାରେ ୫ ଜଣଙ୍କର ମୃତ୍ୟୁ ହୋଇଛି । ଟ୍ରକ୍‌ରେ ଥିବା ୧୦ରୁ ଅଧିକ ଲୋକ ଗୁରୁତର ହୋଇଛନ୍ତି । ତେବେ ଟ୍ରକ୍ ତଳେ କିଛି ଲୋକ ଚାପି ହୋଇ ରହିଥିବା ସୂଚନା ମିଳିଛି । ଖବର ପାଇ ଘଟଣାସ୍ଥଳରେ ପୋଲିସ ଓ ଅଗ୍ନିଶମ ବାହିନୀ ପହଞ୍ଚି ଉଦ୍ଧାର କାର୍ଯ୍ୟରେ ଲାଗିଛନ୍ତି । ପୋଲିସ ଘଟଣାର ତଦନ୍ତ ଜାରି ରଖିଛି ।

By Shree

Passionate about writing political content and unbiased journalism

Leave a Reply

Your email address will not be published. Required fields are marked *