ମମତା ଯୋଜନା ସହାୟତା ରାଶି ୨ ଗୁଣ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଷ୍ପତ୍ତି ନେଇଛନ୍ତି। ବର୍ତ୍ତମାନ ମମତା ଯୋଜନାରେ ଗର୍ଭବତୀ ମହିଳାମାନଙ୍କୁ ୨ଟି କିସ୍ତିରେ ୫ ହଜାର ଟଙ୍କା ପ୍ରଦାନ କରାଯାଉଥିଲା।  ମୁଖ୍ୟମନ୍ତ୍ରୀଙ୍କ ନୂଆ ନିଷ୍ପତ୍ତି ଅନୁଯାୟୀ ଗର୍ଭବତୀ ମହିଳାମାନଙ୍କୁ ୧୦ ହଜାର ଟଙ୍କା ସହାୟତା ମିଳିବ । ଅଗଷ୍ଟ ୨୦୨୩ରୁ ସମସ୍ତ ଯୋଗ୍ୟ ହିତାଧିକାରୀ ଏହି ବର୍ଦ୍ଧିତ ରାଶି ପାଇବେ।

ଚଳିତ ଫେବୃଆରୀ ମାସ ୨୦ ରୁ ୨୫ ତାରିଖ ମଧ୍ୟରେ ବକେୟା ରାଶି ହିତାଧିକାରୀମାନଙ୍କୁ ମିଳିବ। ମାତୃ ଓ ଶିଶୁ ମୃତ୍ୟୁହାର ହ୍ରାସ କରିବା ଓ ପୁଷ୍ଟି ହୀନତା ହ୍ରାସ କରିବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ ୨୦୧୧ ମସିହାରେ ମମତା ଯୋଜନାର ଶୁଭାରମ୍ଭ କରିଥିଲେ।

ନୂଆ ମମତା ଯୋଜନାରେ ୨ଟି କିସ୍ତିରେ ହିତାଧିକାରୀଙ୍କ ଜମା ଖାତାକୁ ସହାୟତା ରାଶି ସିଧାସଳଖ ଦିଆଯିବ । ପ୍ରଥମ କିସ୍ତିରେ(ଗର୍ଭାବସ୍ଥାର ୬ ମାସ ପରେ ) ୬୦୦୦ ଟଙ୍କା ଏବଂ ଦ୍ୱିତୀୟ କିସ୍ତିରେ ଶିଶୁକୁ ଦଶମାସ ହେବା ପରେ ୪୦୦୦ ଟଙ୍କା ପ୍ରଦାନ କରାଯିବାର ବ୍ୟବସ୍ଥା ରଖାଯାଇଛି।

୧୯ ବର୍ଷରୁ ଉର୍ଦ୍ଧ୍ୱ ସବୁ ଗର୍ଭବତୀ ମହିଳା ୨ଟି ଜୀବିତ ସନ୍ତାନ ନିମନ୍ତେ ଏହି ସହାୟତା ପାଇପାରିବେ। ୧୩ଟି ନିର୍ଦ୍ଦିଷ୍ଟ ଆଦିମ ଜନଜାତି ଗୋଷ୍ଠୀର ମା ମାନଙ୍କୁ ପ୍ରତ୍ୟେକ ଗର୍ଭ ନିମନ୍ତେ ମମତା ସହାୟତା ରାଶି ପ୍ରଦାନ କରାଯିବ ବୋଲି ନିଷ୍ପତ୍ତି ହୋଇଛି।

By Nirvay

Leave a Reply

Your email address will not be published. Required fields are marked *