ପାଖେଇ ଆସୁଛି ସାଧାରଣ ନିର୍ବାଚନ। ଆଗାମୀ ନିର୍ବାଚନକୁ ନଜରରେ ରଖି ଭିନ୍ନ ରାଜନୈତିକ ଦଳ ନିଜର ଗୋଟି ଚାଳନା ଆରମ୍ଭ କଲେଣି। ତେବେ ଏହାରି ମଧ୍ୟରେ ଏକ ବଡ ଖବର ସାମ୍ନାକୁ ଆସିଛି। ବରିଷ୍ଠ କଂଗ୍ରେସ ବିଧାୟକ ସୁର ରାଉତରାୟଙ୍କ ପୁଅ ମନ୍ମଥ ରାଉତରାୟ ବିଜୁ ଜନତା ଦଳରେ ଯୋଗ ଦେଇଛନ୍ତି। ନିଜର ଶହ ଶହ ସମର୍ଥକଙ୍କ ସହ ମନ୍ମଥ ଶଙ୍ଖ ଭବନରେ ରାଜ୍ୟ ସଭା ସାଂସଦ ମାନସ ମଙ୍ଗରାଜ ଓ ସସ୍ମିତ ପାତ୍ରଙ୍କ ଉପସ୍ଥିତିରେ ବିଜେଡିରେ ସାମିଲ ହେଇଛନ୍ତି ।

ସୂଚନା ଅନୁସାରେ, ଗତ ସେପ୍ଟେମ୍ବର ମାସରେ ସୁର ରାଉତରାୟଙ୍କ ପୁଅ ମନ୍ମଥ କଂଗ୍ରେସରୁ ନିଲମ୍ବିତ ହୋଇଥିଲେ।

କଂଗ୍ରେସ ଶୃଙ୍ଖଳା କମିଟି ପକ୍ଷରୁ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଥିଲା। ପିସିସି ସଦସ୍ୟ ଥାଇ ମଧ୍ୟ କଂଗ୍ରେସର ନ ହେବା ନେଇ ମିଡିଆରେ କହିଥିଲେ। ସୁର ରାଉତରାୟଙ୍କ ସାନ ପୁଅ ମନ୍ମଥ ରାଉତରାୟ ଏକ ବିସ୍ଫୋରକ ବୟାନ ଦେଇଥିଲେ। ଯାହା ରାଜ୍ୟ ରାଜନୀତିରେ ଆଲୋଡନ ସୃଷ୍ଟି କରିଥିଲା ।

 

By Shree

Passionate about writing political content and unbiased journalism

Leave a Reply

Your email address will not be published. Required fields are marked *