ବିଜେପିର ଦୁଇ ରାଜ୍ୟସଭା ପ୍ରାର୍ଥୀ ମନମୋହନ ସାମଲ ଓ ସୁଜିତ କୁମାରଙ୍କୁ ଶୁଭେଚ୍ଛା ଜଣାଇବା ସହ ସ୍ବାଧୀନ ପ୍ରାର୍ଥୀ ଦିଲ୍ଲୀପ ରାୟଙ୍କୁ ମଧ୍ୟ ସମର୍ଥନ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ମୁଖ୍ୟମନ୍ତ୍ରୀ ଉଭୟଙ୍କ ସଫଳତା ପାଇଁ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା କରିଛନ୍ତି ।

ସେହିପରି ରାଜ୍ୟସଭା ପ୍ରାର୍ଥୀ ହେବା ପରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ତାଙ୍କ ବାସଭବନ ଭେଟିଛନ୍ତି ମନମୋହନ ସାମଲ ଓ ସୁଜିତ କୁମାର ।

ସୂଚନା ଯୋଗ୍ୟ; ଆଜି ୯ ଜଣିଆ ରାଜ୍ୟସଭା ପ୍ରାର୍ଥୀ ତାଲିକା ଘୋଷଣା କରିଛି ବିଜେପି। ଓଡ଼ିଶାରୁ ଦୁଇ ଜଣ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି । ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ସାଂସଦ ସୁଜିତ କୁମାର ପ୍ରାର୍ଥୀ ହୋଇଛନ୍ତି । ସେହିପରି ଦିଲ୍ଲୀପ ରାୟ ସ୍ୱାଧୀନ ପ୍ରାର୍ଥୀ ନିଜେ ଘୋଷଣା କରିଛନ୍ତି ।

Leave a Reply

Your email address will not be published. Required fields are marked *