ରାଜ୍ୟ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କୁ ନୂତନ ଦାୟିତ୍ବ ମିଳିଛି। ଓଡ଼ିଶା ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (ଓଏସ୍‌ପିସିବି)ର ଅଧ୍ୟକ୍ଷ ଭାବେ ତାଙ୍କୁ ଅତିରିକ୍ତ ଦାୟିତ୍ବ ପ୍ରଦାନ କରାଯାଇଛି। ପୂର୍ବତନ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା ଆଜି ସରକାରୀ କାର୍ଯ୍ୟରୁ ଅବସର ନେବା ପରେ ତାଙ୍କୁ ଏହି ଦାୟିତ୍ୱ ଦିଆଯାଇଛି। ଶ୍ରୀ ଆହୁଜା ମୁଖ୍ୟ ସଚିବ ସହ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗର ଦାୟିତ୍ବ ସହ ଅତିରିକ୍ତ ଭାବେ ଏହି ଦାୟିତ୍ବ ତୁଲାଇବେ। ଏନେଇ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।

୧୯୯୦ ବ୍ୟାଚ୍‌ର ଓଡ଼ିଶା କ୍ୟାଡର ଆଇଏଏସ ଅଫିସରମନୋଜ ଆହୁଜା ଜୁନ୍‌ ୩୦ରେ ଓଡ଼ିଶା ରାଜ୍ୟ ମୁଖ୍ୟ ଶାସନ ସଚିବ ଭାବେ ଯୋଗ ଦେଇଛନ୍ତି।

Leave a Reply

Your email address will not be published. Required fields are marked *