କନ୍ଧମାଳ ଜିଲ୍ଲାରେ ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିଲେ ୪ ମାଓବାଦୀ । ଚକାପାଦ ଥାନା ଅଞ୍ଚଳରେ ଜଏଣ୍ଟ ଅପରେସନରେ ବଡ଼ ସଫଳତା । ଏନ୍‌କାଉଣ୍ଟରରେ ଟପ୍ ମାଓନେତା ଗଣେଶ ସମେତ ୪ ନିହତ । ସେଣ୍ଟ୍ରାଲ କମିଟି ମେମ୍ବର ୬୯ ବର୍ଷୀୟ ଗଣେଶ ଉଇକେ ନିହତ । ଗଣେଶ ନାଁରେ ଥିଲା ୧ କୋଟି ୧୦ ଲକ୍ଷର ପୁରସ୍କାର ରାଶି । କନ୍ଧମାଳ ଜିଲ୍ଲା ବେଲଘର ପେଡମ୍ ଜଙ୍ଗଲରେ ଘଟିଛି ଏହି ଏନ୍‌କାଉଣ୍ଟର । ଘଟଣା ସ୍ଥଳରେ ଏବେବି ସର୍ଚ୍ଚ ଅପରେସନ ଜାରି ରହିଛି ।

ପେଡମ୍ ଜଙ୍ଗଲରେ କିଛି ମାଓବାଦୀ ଲୁଚି ରହିଥିବା ନେଇ ସୁରକ୍ଷାକର୍ମୀ ଏବଂ ପୋଲିସ ନିକଟରେ ସୂଚନା ମିଳିଥିଲା । ଏହାପରେ SOG, CRPF, BSF ଯବାନଙ୍କ ୨୩ଟି ଟିମ୍ ପକ୍ଷରୁ ମିଳିତ ଏନ୍‌କାଉଣ୍ଟର ହୋଇଛି । ନିହତ ୪ ମାଓବାଦୀଙ୍କ ମଧ୍ୟରୁ ୨ ଜଣ ମହିଳା ଓ ୨ ଜଣ ପୁରୁଷ । ୨ଟି ଇନସାସ୍‌ ରାଇଫଲ୍ ସହ ଗୋଟିଏ ୩୦୩ ରାଇଫଲ୍ ଜବତ ।

ସୂଚନା ଯୋଗ୍ୟ; ପେଡମ୍ ଜଙ୍ଗଲରେ କିଛି ମାଓବାଦୀ ଲୁଚି ରହିଥିବା ନେଇ ସୁରକ୍ଷାକର୍ମୀ ଏବଂ ପୋଲିସ ନିକଟରେ ସୂଚନା ମିଳିଥିଲା । ଏହାପରେ ସୁରକ୍ଷାକର୍ମୀ ଓ ପୋଲିସ ପକ୍ଷରୁ ଆରମ୍ଭ ହୋଇଥିଲା ସର୍ଚ୍ଚ ଅପରେସନ । ସାଧା ପୋଷାକରେ ପୋଲିସକୁ ଦେଖି ମାଓବାଦୀମାନେ ଗୁଳିଚାଳନା କରିଥିଲେ । ଯାହାର ଦୃଢ ଜବାବ ଦେଇଥିଲେ ସୁରକ୍ଷାକର୍ମୀ । ଦୀର୍ଘ ସମୟ ଧରି ସୁରକ୍ଷାକର୍ମୀ ଏବଂ ମାଓବାଦୀଙ୍କ ମଧ୍ୟରେ ଗୁଳିବିନିମୟ ଜାରି ରହିଥିଲା । ଶେଷରେ ସୁରକ୍ଷାକର୍ମୀଙ୍କ ଗୁଳିରେ ୪ ମାଓବାଦୀ ନିହତ ହୋଇଥିଲା ଜଣାପଡିଛି ।

Leave a Reply

Your email address will not be published. Required fields are marked *