ପାରାଦୀପ ବଡ଼ପଡ଼ିଆ ପରିବା ମାର୍କେଟ୍‌ରେ ଭୟାବହ ଅଗ୍ନିକାଣ୍ଡ । ୫୦ରୁ ଅଧିକ ଦୋକାନ ଓ ଏକାଧିକ ବାଇକ୍‌ ପୋଡ଼ି ପାଉଁଶ ହୋଇଯାଇଛି । ଏହି ଅଗ୍ନିକାଣ୍ଡରେ ୩ କୋଟି ଟଙ୍କାରୁ ଅଧିକ ସମ୍ପତ୍ତି ଜଳିପୋଡି ପାଉଁଶ ହୋଇଯାଇଛି । ବିଳମ୍ବିତ ରାତି ପ୍ରାୟ ୨ଟା ବେଳେ ନିଆଁ ଲାଗିଥିଲା । ପରେ ପୁରା ମାର୍କେଟକୁ ବ୍ୟାପିଯାଇଥିଲା । ଅଗ୍ନିକାଣ୍ଡ ଏତେ ଭୟଙ୍କର ଥିଲା ଯେ, କିଛି ସମୟ ମଧ୍ୟରେ ପୁରା ମାର୍କେଟ ଜଳିଯାଇଥିଲା । ଅନ୍ୟପଟେ ଅଗ୍ନିକାଣ୍ଡର କାରଣ ଜଣାପଡିନାହିଁ । ୬ଟି ଦମକଳ ଗାଡ଼ି ପହଂଚି ନିଆଁକୁ ଆୟତ୍ତ କରିଥିଲେ ।

ସୂଚନା ଅନୁସାରେ ବିଳମ୍ବିତ ରାତି ପ୍ରାୟ ୨ଟା ବେଳେ ଏହି ନିଆଁ ଲାଗିଥିବା ବେଳେ ପରେ ଏହା ପୁରା ମାର୍କେଟକୁ ବ୍ୟାପିଯାଇଥବଲା । ଆଉ ଅଗ୍ନିକାଣ୍ଡ ଏତେ ଭୟଙ୍କର ଥିଲା ଯେ, ଚାହୁଁଚାହୁଁ କିଛି ସମୟ ମଧ୍ୟରେ ପୁରା ମାର୍କେଟ ଜଳିଯାଇଥିଲା । ତେବେ ଅଗ୍ନିକାଣ୍ଡର କାରଣ ଜଣାପଡ଼ିନଥିବା ବେଳେ ପରିବା, ଟଙ୍କା, ଓଜନକଣ୍ଟା, ସାଇକେଲ, ବାଇକ ସହ ବିଭିନ୍ନ ସାମଗ୍ରୀ ଏହି ନିଆଁରେ ପୋଡି ପାଉଁଶ ହୋଇଯାଇଛି । ୬ଟି ଦମକଳ ଗାଡ଼ି ପହଂଚି ନିଆଁକୁ ଆୟତ୍ତ କରିଥିଲେ । ଅଗ୍ନିକାଣ୍ଡ ଯୋଗୁ କୋଟି କୋଟି ଟଙ୍କାର କ୍ଷୟକ୍ଷତି ହୋଇଥିବା ସୂଚନା ମିଳିଛି ।

Leave a Reply

Your email address will not be published. Required fields are marked *