Heatwave Grips Odisha: Bhubaneswar Crosses 42°C, Jharsuguda Breaches 45°C

ଭୁବନେଶ୍ୱର : ଭୀଷଣ ଗ୍ରୀଷ୍ମ ପ୍ରବାହ ସମ୍ଭାବନା ପାଇଁ ଆଜି କଟକ ସହରକୁ ରେଡ ଆଲର୍ଟ ଜାରି କରାଯାଇଛି । ସେହିପରି ରାଜଧାନୀ ଭୁବନେଶ୍ୱର ପାଇଁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ପୂର୍ବାହ୍ନ ସାଢ଼େ ୧୧ଟା ସୁଦ୍ଧା ପ୍ରାୟ ଜିଲ୍ଲା ଗୁଡିକ ୩୩ ରୁ ୪୧ ଥିବା ବେଳେ ଦିନ ସାଢେ ୨ ଟା ସୁଦ୍ଧା ୪୧ ଡିଗ୍ରୀ ରୁ ଅଧିକା ରହିଛି ।

ବାଲେଶ୍ୱର ସର୍ବାଧିକ ତାପମାତ୍ରା ୪୧.୪ ଡିଗ୍ରୀ ରେକର୍ଡ କରାଯାଇଛି । ସେହିପରି କେନ୍ଦୁଝରରେ ୪୩ ଡିଗ୍ରୀ , ଭୁବନେଶ୍ୱର ୪୧.୪, ଝାରସୁଗୁଡ଼ା ୪୨.୮ ଡିଗ୍ରୀ, ହୀରାକୁଦ ୪୧.୮, ରାଉରକେଲା ୩୯, ସମ୍ବଲପୁରରେ ୪୨.୬ ଡିଗ୍ରୀ ରେକର୍ଡ କରାଯାଇଛି । ଚାନ୍ଦବାଲିରେ ୪୦.୭ ଡିଗ୍ରୀ ,ପୁରୀରେ ୩୩.୮, ଗୋପାଳପୁରରେ ୩୩.୨ ଓ ପାରାଦୀପରେ ୩୩ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି।

ସେପଟେ ରାଜ୍ୟରେ ଅଂଶୁଘାତରେ ଗଲାଣି ଦୁଇ ଜଣଙ୍କ ଜୀବନ । ଆଜି ଏନେଇ ସୂଚନା ଦେଇଛି ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ । ବାଲେଶ୍ୱର ପରେ ଢେଙ୍କାନାଳରେ ଅଂଶୁଘାତରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ମେ ୧ ତାରିଖ ପର୍ଯ୍ୟନ୍ତ ପାଗରେ ହେବନି ବିଶେଷ ପରିବର୍ତ୍ତନ। ଜାରି ରହିବ ଗ୍ରୀଷ୍ମ ପ୍ରବାହ ଏବଂ ଗୁଳୁଗୁଳି। ମେ ୨ ରୁ ୪ ପର୍ଯ୍ୟନ୍ତ ଉପକୂଳ ଓଡ଼ିଶାରେ ରହିବ ସାମୁଦ୍ରିକ ଝଡ଼ର ପ୍ରଭାବ। ଯାହା ପ୍ରଭାବରେ ଉପକୂଳରେ ତାପମାତ୍ରା ୨ରୁ ୩ ଡିଗ୍ରି ଖସିବା ସହ ଆର୍ଦ୍ରତା ପ୍ରଭାବରେ ଲାଗି ରହିବ ଗୁଳୁଗୁଳି। ମାତ୍ର ଆଭ୍ୟନ୍ତରୀଣ ଓଡ଼ିଶାରେ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବନି। ସାମୁଦ୍ରିକ ଝଡ଼ର ପ୍ରଭାବ ହେଲେ ବି ରାଜ୍ୟରେ ଉଷ୍ମ ଦିନ ଅନୁଭୂତ ହେବ। ଏଭଳି ସୂଚନା ଦେଇଛନ୍ତି ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ।

By Nirvay

Leave a Reply

Your email address will not be published. Required fields are marked *