ମଦ ବ୍ୟବସାୟୀଙ୍କ ଘରେ ବଡ଼ ଧରଣର ଆୟକର ରେଡ୍ ହୋଇଛି । ମଦ ବ୍ୟବସାୟୀ ବିକ୍ରମ ସାହୁଙ୍କ ବିଭିନ୍ନ ପ୍ରତିଷ୍ଠାନ ଉପରେ ଚାଲିଛି ଚଢ଼ାଉ । ଅନୁଗୁଳ କରଡ଼ାଗାଡିଆରେ ଥିବା ଦେଶୀ ଭାଟିର ମୁଖ୍ୟ ଗୋଦାମରେ ଚାଲିଛି ଚଢାଉ । ଆୟକର ଫାଙ୍କିବା ନେଇ ଚଢ଼ାଉ ଚାଲିଥିବା ସୂଚନା ମିଳିଛି । ତାଳଚେର, ଅନୁଗୁଳ, ଢେଙ୍କାନାଳ, ପୁରୀ, ଭୁବନେଶ୍ୱରରେ ଚଢ଼ାଉ ଚାଲିଥିବା ସୂଚନା ମିଳିଛି । ମୋଟ ୨୫ଟି ସ୍ଥାନରେ ଚଢ଼ାଉ କରିଛି ଆୟକର ଟିମ୍ । ଅନୁଗୋଳରେ ତିନି ଜଣିଆ ଟିମ ଚଳାଇଛନ୍ତି ଖୋଳତାଡ଼ । ଚଢାଉ ବେଳେ ୧୦ କୋଟିରୁ ଅଧିକ ଟଙ୍କା ଜବତ କରାଯାଇଛି । ତାଳଚେରର ମା’ ହିଙ୍ଗୁଳା ଟ୍ରାନ୍ସପୋର୍ଟରେ ମଧ୍ୟ ରେଡ୍ କରିଛି ଆଇଟି ଟିମ୍ । ଏକାଧିକ ଟିମ୍ କରୁଛନ୍ତି ଚଢ଼ାଉ । ଅନ୍ୟପଟେ ମଦ ବ୍ୟବସାୟୀ ବିକ୍ରମ ସାହୁ ଫେରାର ହୋଇଯାଇଥିବା ଜଣାପଡିଛି । Post navigation ତୋଷାଳୀ ଜାତୀୟ ହସ୍ତଶିଳ୍ପ ମେଳା ଉଦ୍ଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବିଜେଡି ନେତା ରାଜା ଚକ୍ରଙ୍କ ଘନିଷ୍ଠ ସହଯୋଗୀ ଗିରଫ