ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି ମାମଲାରେ ଗିରଫ ହୋଇଥିବା ମାଷ୍ଟରମାଇଣ୍ଡ ଶଙ୍କର ପୃଷ୍ଟିଙ୍କୁ ଆଜି କୋର୍ଟରେ ହାଜର କରିଛି ପୁଲିସ। ବ୍ରହ୍ମପୁର ଜେଏମ୍‌ଏଫ୍‌ସି ଗ୍ରାମାଞ୍ଚଳଙ୍କ ଆବାସିକ କକ୍ଷରେ ହାଜର ହେଲା ଏସଆଇ ପରୀକ୍ଷା କେଳେଙ୍କାରୀ ମାଷ୍ଟରମାଇଣ୍ଡ ଶଙ୍କର ପୃଷ୍ଟି। ଶଙ୍କରଙ୍କ ସହିତ ଅନ୍ୟତମ ଅଭିଯୁକ୍ତ ତଥା ପରୀକ୍ଷା ପରିଚାଳନା ଦାୟିତ୍ବ ନେଇଥିବା ସିଲିକନ ଟେକ୍‌ କମ୍ପାନୀର ମୁଖ୍ୟ ସୁରେଶ ଚନ୍ଦ୍ର ନାୟକଙ୍କୁ ମଧ୍ୟରେ ହାଜର କରାଯାଇଛି।

ନିଯୁକ୍ତି ଦୁର୍ନୀତିରେ ମାଷ୍ଟରମାଇଣ୍ଡ ପଞ୍ଚସଫ୍ଟ ଟେକ୍ନୋଲୋଜିର ମାଲିକ ଶଙ୍କରଙ୍କୁ ପୁଲିସ ଭାରତ-ନେପାଳ ସୀମାରୁ ଗିରଫ କରାଯାଇଥିଲା। ନେପାଳରୁ ସେ ଉତ୍ତରାଖଣ୍ଡର ଚମ୍ପାବତକୁ ଆସି ଜାମିନ ପାଇଁ ଜଣେ ଓକିଲଙ୍କ ସହ ଯୋଗାଯୋଗ କରିଥିଲା। ଡିଏସ୍‌ପି ଅନିଲା ଆନନ୍ଦଙ୍କ ନେତୃତ୍ବରେ ଦିଲ୍ଲୀରେ ଡେରା ପକାଇଥିବା କ୍ରାଇମବ୍ରାଞ୍ଚର ଏକ ଚାରିଜଣିଆ ଟିମ୍‌ ଏ ସଂପର୍କରେ ସୂଚନା ପାଇ ଚଢ଼ଉ କରିବା ସହିତ ତାକୁ ନେପାଳ ସୀମାରୁ କାବୁ କରିଥିଲେ ।

ଶଙ୍କର ନିକଟରୁ ଦୁଇଟି ମୋବାଇଲ୍ ଫୋନ ସହ ଗୁରୁତ୍ବପୂର୍ଣ୍ଣ କାଗଜପତ୍ର ଜବତ ହୋଇଛି । ଓଡ଼ିଶା ପୋଲିସ ନିଯୁକ୍ତି ବୋର୍ଡ, ଓପିଆରବି ଦ୍ବାରା ପ୍ରସ୍ତୁତ ପୋଲିସ ଏସ୍ ଆଇ ପରୀକ୍ଷା କେଳେଙ୍କାରୀ ଘଟଣାରେ କ୍ରାଇମବ୍ରାଞ୍ଚ ବର୍ତ୍ତମାନ ସୁଦ୍ଧା ୧୨୪ ଜଣଙ୍କୁ ଗିରଫ କରିସାରିଲାଣି।

Leave a Reply

Your email address will not be published. Required fields are marked *