ଭୁବନେଶ୍ୱର: ଆଜିଠୁ ଆରମ୍ଭ ହେଲା ମାଟ୍ରିକ ପରୀକ୍ଷା। ୧୦ମ ଶ୍ରେଣୀ ଛାତ୍ରଛାତ୍ରୀମାନେ ମାଟ୍ରିକ ବୋର୍ଡ ପରୀକ୍ଷା ଦେଉଛନ୍ତି । ଫେବୃଆରୀ ୨୦ ରୁ ଆରମ୍ଭ ହୋଇ ଏହି ପରୀକ୍ଷା ଆସନ୍ତା ମାର୍ଚ୍ଚ ୪ ତାରିଖ ପର୍ଯ୍ୟନ୍ତ ଚାଲିବ।

ପ୍ରଥମ ଦିନରେ ଛାତ୍ରଛାତ୍ରୀମାନେ ମାତୃଭାଷା ଓଡ଼ିଆରେ ପରୀକ୍ଷା ଦେଇଛନ୍ତି ଛାତ୍ରଛାତ୍ରୀ । ପରୀକ୍ଷା ପୂର୍ବରୁ ସକାଳ ସାଢେ ୭ଟାରେ ପିଲାମାନଙ୍କୁ ପରୀକ୍ଷା ହଲ୍ ଭିତରକୁ ପ୍ରବେଶ ପାଇଁ ଅନୁମତି ମିଳିଛି । ଚଳିତ ବର୍ଷ ୫ଲକ୍ଷରୁ ଉର୍ଦ୍ଧ୍ଵ ପିଲା ପରୀକ୍ଷା ଦେଉଛନ୍ତି। ସମସ୍ତ ପରୀକ୍ଷା କେନ୍ଦ୍ରରେ ପରିଚାଳନା ତଥା ଶୃଙ୍ଖଳା ଉପରେ ନଜର ରଖିବା ପାଇଁ ସିସିଟିଭି କ୍ୟାମେରା ବ୍ୟବସ୍ଥା କରାଯାଇଛି ।

ମିଳିଥିବା ସୂଚନା ଅନୁସାରେ ଚଳିତ ବର୍ଷ ରାଜ୍ୟର ମୋଟ ୨,୯୯୧ଟି ପରୀକ୍ଷା କେନ୍ଦ୍ରରେ ପ୍ରାୟ ୫ ଲକ୍ଷ ୫୧ ହଜାରରୁ ଅଧିକ ପିଲା ପରୀକ୍ଷା ଦେବେ । ସମସ୍ତ ପରୀକ୍ଷା କେନ୍ଦ୍ରରେ ପରିଚାଳନା ଉପରେ ନଜର ରଖିବା ପାଇଁ ସିସିଟିଭି କ୍ୟାମେରା ବ୍ୟବସ୍ଥା କରାଯାଇଛି । ଏଥିରେ ଉଲ୍ଲଙ୍ଘନ ହେଲେ ଯଥାଶୀଘ୍ର କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି କୁହାଯାଇଛି ।

By Shree

Passionate about writing political content and unbiased journalism

Leave a Reply

Your email address will not be published. Required fields are marked *