ରାଜ୍ୟରେ ୨୦୨୪- ୨୫ ଶିକ୍ଷାବର୍ଷ ମାଟ୍ରିକ୍ ପରୀକ୍ଷା ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି । ଆଜିଠାରୁ ଅନ୍ଲାଇନ୍ରେ ଫର୍ମ ପୂରଣ ପ୍ରକ୍ରିୟା ଆରମ୍ଭ ହୋଇ ୧୮ ତାରିଖ ରାତି ପ୍ରାୟ ୧୧ଟା ୪୫ ପର୍ଯ୍ୟନ୍ତ ଚାଲିବ । ମାଟ୍ରିକ ରେଗୁଲାର ଓ ଏକ୍ସରେଗୁଲାର ପରୀକ୍ଷାର୍ଥୀଙ୍କ ଫର୍ମ ପୂରଣ ଅନଲାଇନରେ ହେବ ।ପରୀକ୍ଷାର୍ଥୀମାନଙ୍କର ଅନ୍ଲାଇନ୍ରେ ଫର୍ମ ପୂରଣ ବିଦ୍ୟାଳୟ କର୍ତ୍ତୃପକ୍ଷ କରିବେ । ଅନଲାଇନରେ ବୋର୍ଡ ୱେବସାଇଟ୍ (www.bseodisha.ac.in)ରେ ଛାତ୍ରଛାତ୍ରୀମାନେ ଅନଲାଇନ ଫର୍ମପୂରଣ କରିପାରିବେ ବୋଲି ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚନା ମିଳିଛି । ଅନ୍ୟପକ୍ଷରେ ମାଟ୍ରିକ ପରୀକ୍ଷାର୍ଥୀଙ୍କ ସିଲାବସ୍ ଆଧାରରେ ପାଠ୍ୟପୁସ୍ତକର ଅଧା କୋର୍ସ ତଥା ଟର୍ମ-୧ ଅନୁସାରେ ବିଦ୍ୟାଳୟ ସ୍ତରରେ ହୋଇଥିବା ଦୁଇଟି ଇଣ୍ଟରନାଲ ଆସେସମେଣ୍ଟ ପରୀକ୍ଷା ନମ୍ବର ଆଜିଠାରୁ ବିଦ୍ୟାଳୟ କର୍ତ୍ତୁପକ୍ଷ ୱେବସାଇଟରେ ଅପଲୋଡ କରିବେ । ଇଣ୍ଟରନାଲ ଆସେସମେଣ୍ଟ ମାର୍କ ସହ ଆସପ୍ରେସନାଲ କମ୍ପୋନେଣ୍ଟସ ମାର୍କ ପ୍ରଧାନଶିକ୍ଷକମାନେ ଅପଲୋଡ କରିବେ । ସୂଚନାଯୋଗ୍ୟ ମାଟ୍ରିକ ପରୀକ୍ଷାରେ ମୋଟ ୬ଟି ବିଷୟରେ ୬୦୦ ମାର୍କ ପରୀକ୍ଷା ହେବ। ଆଜିଠାରୁ ଆରମ୍ଭ ହେଉଥିବା ଏହି ମାର୍କ ଅପଲୋଡ୍ ପ୍ରକ୍ରିୟା ଆସନ୍ତା ୧୧ ତାରିଖ ପର୍ଯ୍ୟନ୍ତ ଚାଲିବ ବୋଲି ବୋର୍ଡ ପକ୍ଷରୁ ଜିଲ୍ଲା ଶିକ୍ଷାଧିକାରୀ ଓ ହାଇସ୍କୁଲ ପ୍ରଧାନ ଶିକ୍ଷକଙ୍କୁ ଅବଗତ କରାଯାଇଛି । Post navigation ମହାନଦୀ ଜଳ ବିବାଦ ପ୍ରସଙ୍ଗ କୁ ଗୁରୁତ୍ୱ ଦେଉଛନ୍ତି ରାଜ୍ୟ ସରକାର ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନ ପାଇଁ ବିଜେପିର ଇସ୍ତାହାର ପ୍ରକାଶ କଲେ ଅମିତ ଶାହ