ପ୍ରକାଶ ପାଇଲା ମାଟ୍ରିକ ରେଜଲ୍ଟ । କଟକ ସ୍ଥିତ ବୋର୍ଡ କାର୍ଯ୍ୟାଳୟରେ ପ୍ରକାଶ ପାଇଛି ରେଜଲ୍ଟ । ଚଳିତ ବର୍ଷ ପାସ୍‌ ହାର ୯୬.୦୭ ପ୍ରତିଶତ ରହିଛି । ତେବେ ଏଥର ପୁଅଙ୍କ ଝିଅଙ୍କ ପାସ୍‌ ହାର ଅଧିକ ରହିଛି ବୋଲି ବୋର୍ଡ ପକ୍ଷରୁ ସୂଚନା ଦିଆଯାଇଛି । ଚଳିତ ବର୍ଷ ପ୍ରକାଶ ପାଇଥିବା ରେଜଲ୍ଟରେ ଝିଅଙ୍କ ପାସ୍ ହାର ୯୬.୭୩% ରହିଥିବା ବେଳେ ପୁଅଙ୍କ ପାସ୍‌ ହାର ୯୬.୩୯%। ଏଥର ମୋଟ ୫ ଲକ୍ଷ ୪୧ ହଜାର ୬୧ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ । ସେଥି ମଧ୍ୟରୁ ୫ ଲକ୍ଷ ୩୦ ହଜାର ୧୫୩ ଜଣ ଛାତ୍ରଛାତ୍ରୀ ପାସ୍‌ କରିଛନ୍ତି ।

ଏବେ ବୋର୍ଡ ୱେବସାଇଟ୍ www.bseodisha.ac.in ରେ ପରୀକ୍ଷାଫଳ ଉପଲବ୍ଧ ହୋଇଛି । ଏସଏମଏସ ଜରିଆରେ ମଧ୍ୟ ପରୀକ୍ଷାର୍ଥୀ ରେଜଲ୍ଟ ଜାଣି ପାରିବେ । ସେଥିଲାଗି OR10 ସ୍ପେସ୍ ନିଜ ରୋଲ ନମ୍ବର ଲେଖି 5676750କୁ ସେଣ୍ଡ କରିବାକୁ ପଡିବ । ଅପରାହ୍ଣ ୪ଟାରୁ କୃତ୍ତି ଛାତ୍ରଛାତ୍ରୀ ସେମାନଙ୍କ ଡିଜିଟାଲ ସାର୍ଟିଫିକେଟ୍ ଡାଉନଲୋଡ କରିପାରିବେ। ହ୍ବାର୍ଟସଆପ୍ ମାଧ୍ୟମରେ ଡିଜିଟାଲ ସାର୍ଟିଫିକେଟ ପାଇବାକୁ 7710058192କୁ BSE/ Hi ଲେଖି ପଠାଇବାକୁ ପଡିବ। ସୂଚନାଯୋଗ୍ୟ ଯେ, ଚଳିତ ବର୍ଷ ଫେବୃୟାରୀ ୨୦ରୁ ମାଟ୍ରିକ ପରୀକ୍ଷା ଆରମ୍ଭ ହୋଇ ମାର୍ଚ୍ଚ ୪ରେ ଶେଷ ହୋଇଥିଲା। ପରୀକ୍ଷା ଫଳକୁ ନେଇ ଯଦି କୌଣସି ଦ୍ବନ୍ଦ୍ବ ରୁହେ ତେବେ ମେ’ ୨୯ରୁ ଜୁନ୍ ୧୨ ତାରିଖ ମଧ୍ୟରେ ରେ ଚେକିଂ ପାଇଁ ଅବେଦନ କରାଯାଇପାରିବ। କେବଳ ଅନ୍ଲାଇନ୍ ଜରିଆରେ ହିଁ ରିଚେକିଂ ପାଇଁ ଆବେଦନ କରାଯାଇପାରିବ।

By Nirvay

Leave a Reply

Your email address will not be published. Required fields are marked *