ଖଣିଜ ସମ୍ପଦରେ ଭରା କେନ୍ଦୁଝରରେ ହେବ ମେଗା ଷ୍ଟିଲ ପ୍ଲାଣ୍ଟ । କେନ୍ଦୁଝରରେ ମେଗା ଷ୍ଟିଲ ପ୍ଲାଣ୍ଟ ପ୍ରତିଷ୍ଠା ଲାଗି ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଟାସ୍କଫୋର୍ସ ଗଠନ ହୋଇଛି । ଟାସ୍କଫୋର୍ସର ଅଧ୍ୟକ୍ଷ ରହିଛନ୍ତି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା। ଶିଳ୍ପ ପ୍ରତିଷ୍ଠା ପାଇଁ ଆନୁସଙ୍ଗିକ ବ୍ୟବସ୍ଥା, ବିଦ୍ୟୁତ , ଜଳ, ଜମି ସମସ୍ୟାର ସମାଧାନ ଦିଗରେ କାମ କରିବ ଏହି ଟାସ୍କ ଫୋର୍ସ । ଉକ୍ତ ଶିଳ୍ପ ପ୍ରତିଷ୍ଠା ଲାଗି ଦୁଇଟି ସ୍ଥାନ ନିରୂପଣ ଲାଗି ନିର୍ଦ୍ଦେଶ ରହିଛି ।୨୦୨୯ ସୁଦ୍ଧା ଅଢେଇ ଲକ୍ଷ କୋଟି ଟଙ୍କାର ପୁଞ୍ଜିନିବେଶ ପାଇଁ ଲକ୍ଷ୍ୟ ରହିଛି । ଷ୍ଟିଲ ଶିଳ୍ପର ବଡ଼ ନିବେଶକଙ୍କ ସହ ଆଲୋଚନା ଚାଲିଛି ବୋଲି ସୂଚନା ଦେଲେ ଶିଳ୍ପ ମନ୍ତ୍ରୀ ସମ୍ପଦ ସ୍ବାଇଁ ।

ଶିଳ୍ପ ମନ୍ତ୍ରୀ କହିଛନ୍ତି ଓଡିଶା ଆଗାମୀ ଦିନରେ ଶିଳ୍ପରେ ହବ୍ ହେବାକୁ ଯାଉଛି । ପୂର୍ବ ସରକାର ଲୋକ ଦେଖାଣିଆ ଭାବେ ଷ୍ଟିଲ ପ୍ଲାଣ୍ଟ ଘୋଷଣା କରିଥିଲେ । ଲୋକଙ୍କ ସରକାର କଥାରେ ନୁହେଁ, କାର୍ଯ୍ୟରେ କରି ଦେଖାଇବ । କେନ୍ଦୁଝରରେ ମୋହନ ସରକାର ନିଶ୍ଚୟ ଷ୍ଟିଲ ପ୍ଲାଣ୍ଟ ପ୍ରତିଷ୍ଠା କରିବେ ।

Leave a Reply

Your email address will not be published. Required fields are marked *