ଭୁବନେଶ୍ୱର: କଂଗ୍ରେସରୁ ଇସ୍ତଫା ଦେଲେ ପୂର୍ବତନ ସାଂସଦ ତଥା ମନ୍ତ୍ରୀ ମିଲିନ୍ଦ ଦେଓରା। ଏ ନେଇ ସେ ନିଜ ‘ଏକ୍ସ’ ଏକାଉଣ୍ଟରେ ପୋଷ୍ଟ କରି ଏହି ସୂଚନା ଦେଇଛନ୍ତି ।

ଏହି ଖବର ରାହୁଲ ଗାନ୍ଧୀଙ୍କ ଭାରତ ଯୋଡୋ ନ୍ୟାୟ ଯାତ୍ରା ପୂର୍ବରୁ କଂଗ୍ରେସକୁ ଲାଗିଛି ଝଟକା। ବରିଷ୍ଠ ତଥା ଅଭିଜ୍ଞ ନେତା ମିଲିନ୍ଦ ଦେଓରା ଦଳର ପ୍ରାଥମିକ ସଦସ୍ୟ ପଦରୁ ମଧ୍ୟ ଇସ୍ତଫା ଦେଇଥିବା ଜଣାପଡିଛି । ପୂର୍ବରୁ ଚର୍ଚ୍ଚା ହେଉଥିଲା ଯେ, ସେ କଂଗ୍ରେସ ଛାଡି ମହାରାଷ୍ଟ୍ର ଏକନାଥଙ୍କ ନେତୃତ୍ୱାଧିନ ଶିବସେନାରେ ସାମିଲ ହୋଇପାରନ୍ତି ।

ସେ ତାଙ୍କ ସୋସିଆଲ ମିଡିଆରେ ଲେଖିଛନ୍ତି ଯେ “ଆଜି ମୋ ରାଜନୀତିକ କ୍ୟାରିୟରର ଏକ ଗୁରୁତ୍ୱପୂର୍ଣ୍ଣ ଅଧ୍ୟାୟରେ ପୂର୍ଣ୍ଣଚ୍ଛେଦ ପଡ଼ିଛି । ମୁଁ କଂଗ୍ରେସର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛି । ଦଳ ସହିତ ମୋ ପରିବାରର ୫୫ ବର୍ଷର ସଂପର୍କ ଚ୍ଛିନ୍ନ ହୋଇଛି । ବର୍ଷ ବର୍ଷ ଧରି ସମସ୍ତ ନେତୃବୃନ୍ଦ, ସହକର୍ମୀ ଓ କର୍ମକର୍ତ୍ତାଙ୍କ ଠାରୁ ମିଳିଥିବା ଅବସ୍ମରଣୀୟ ସମର୍ଥନ ପାଇଁ ମୁଁ ସେମାନଙ୍କ ନିକଟରେ କୃତଜ୍ଞ” ।

By Shree

Passionate about writing political content and unbiased journalism

Leave a Reply

Your email address will not be published. Required fields are marked *