ଗଞ୍ଜାମ;ଗଞ୍ଜାମରେ ଓଲଟିଲା ପୋଲିଂ ପାର୍ଟିକୁ ନେଇ ଯାଉଥିବା ମିନି ବସ୍। ଏଥିରେ ୨ ଜଣ ସାମାନ୍ୟ ଆହତ ହୋଇଥିବା ବେଳେ ବେଶୀ କିଛି ଖଟି ହୋଇନାହିଁ । ଘଟଣାଟି ଘଟିଛି ଗଞ୍ଜାମ ଜିଲ୍ଲା ଚିକିଟି ବ୍ଲକ ପିତାତଳି ନିକଟରେ। ଆହତଙ୍କୁ ଚିକିତ୍ସା ପାଇଁ ପଠାଯାଇଛି ।
ପ୍ରତ୍ୟକ୍ଷଦର୍ଶୀଙ୍କ ସୂଚନା ଅନୁଯାୟୀ ବସଟି ଭାରସାମ୍ୟ ହରାଇ ଓଲଟି ପଡିଥିଲା । ନିର୍ବାଚନ ଡ୍ୟୁଟିକୁ ପୋଲିଂ ପାର୍ଟି ନେଇ ଯାଉଥିବା ବେଳେ ଏହି ଦୁର୍ଘଟଣା ଘଟିଛି । ଓଡ଼ିଶାରେ ମେ’ ୧୩ ତାରିଖରେ ପ୍ରଥମ ପର୍ଯ୍ୟାୟ ମତଦାନ ହେବାକୁ ଯାଉଛି । କଳାହାଣ୍ଡି, କୋରାପୁଟ, ନବରଙ୍ଗପୁର ଓ ବ୍ରହ୍ମପୁର ସଂସଦୀୟ କ୍ଷେତ୍ର ଏବଂ ଏହି ସବୁ ସଂସଦୀୟ କ୍ଷେତ୍ର ଅନ୍ତର୍ଗତ ୨୮ଟି ବିଧାନସଭା କ୍ଷେତ୍ର ପାଇଁ ଭୋଟ୍‌ ଗ୍ରହଣ କରାଯିବ। ଏହି ପର୍ଯ୍ୟାୟରେ ୪ଟି ଯାକ ସଂସଦୀୟ କ୍ଷେତ୍ର ଅଧୀନରେ ମୋଟ ୬୨,୮୭,୨୨୨ ଜଣ ମତଦାତା ସେମାନଙ୍କ ମତାଧିକାର ସାବ୍ୟସ୍ତ କରିବେ। ସେମାନଙ୍କ ମଧ୍ୟରେ ୩୦,୯୭,୫୨୭ ଜଣ ପୁରୁଷ, ୩୧,୮୯,୦୬୦ ଜଣ ମହିଳା ଓ ୬୩୫ ଜଣ ତୃତୀୟ ଲିଙ୍ଗ ଭୋଟର ରହିଛନ୍ତି। ପୁରୁଷ ଭୋଟରଙ୍କ ଅପେକ୍ଷା ମହିଳା ଭୋଟରଙ୍କ ସଂଖ୍ୟା ଅଧିକ ରହିଛି ।

By SonaliP

Leave a Reply

Your email address will not be published. Required fields are marked *