ମାଲକାନଗିରିରେ ଲଜ୍ଜ୍ୟା । ମାଲକାନଗିରି ସଦର ଥାନା ଅଞ୍ଚଳରେ ନାବାଳିକାକୁ ଦୁଷ୍କର୍ମ ଅଭିଯୋଗ ହୋଇଛି । ସାଙ୍ଗର ଜନ୍ମଦିନରେ ଯୋଗ ଦେବାକୁ ଯାଉଥିବା ବେଳେ ଗଣଦୁଷ୍କର୍ମ ଶିକାର ହୋଇଛନ୍ତି ନାବାଳିକା । ସଦରରୁ ଜୟପୁରକୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତାର ବିଜା ଘାଟିରୁ ନାବାଳିକା ଜଣଙ୍କୁ ଉଦ୍ଧାର କରାଯାଇଛି । ଏହା ପରେ ନାବାଳିକାଙ୍କ ପରିବାର ଲୋକେ ସଦର ଥାନାରେ ଦୁଷ୍କର୍ମ ଅଭିଯୋଗ କରିଛନ୍ତି । ଅଭିଯୋଗ ପରେ ତଦନ୍ତ ଆରମ୍ଭ କରିଛି ସଦର ଥାନା ପୋଲିସ ।

ସୂଚନା ଅନୁସାରେ, ନାବାଳିକା ଜଣଙ୍କ ସଦର ଥାନା ଅଞ୍ଚଳର ଥିବା ତାଙ୍କର ଜଣେ ସାଙ୍ଗଙ୍କ ଜନ୍ମ ଦିନ ପାଳନ କରିବାକୁ ଯାଇଥିଲେ । ହେଲେ ଆଉ ଘରକୁ ଫେରିନଥିଲେ । ପରିବାର ଲୋକ ବହୁ ଖୋଜାଖୋଜି କରିଥିଲେ ହେଲେ କୌଣସି ପତ୍ତା ମିଳିନଥିଲା । ପରେ ବିଳମ୍ବିତ ରାତିରେ ମାଲକାନଗିରି-ଜୟପୁର ୩୨୬ ନମ୍ବର ଜାତୀୟ ରାଜପଥର ବିଜାଘାଟି ନିକଟରେ ଉକ୍ତ ନାବାଳିକା ଓ ଜଣେ ଟ୍ରକ ଚାଳକଙ୍କୁ ସନ୍ଦେହ ଜନକ ଅବସ୍ଥାରେ ଦେଖିଥିଲେ କିଛି ଲୋକ । ଏହାପରେ ତୁରନ୍ତ ପୋଲିସକୁ ଖବର ଦେଇଥିଲେ ।  ପୋଲିସ ଖବର ପାଇ ଘଟଣାସ୍ଥଳରୁ ନାବାଳିକାଙ୍କୁ ଉଦ୍ଧାର କରିଥିଲା । ତେବେ ପରିବାର ପକ୍ଷରୁ ଦୁଷ୍କର୍ମ ଅଭିଯୋଗ ହୋଇଛି ।

Leave a Reply

Your email address will not be published. Required fields are marked *