ଓଡିଶା ସରକାରଙ୍କ ପକ୍ଷରୁ ଦେଶର ଜରୁରୀ କାଳୀନ ପରିସ୍ଥିତିରେ ମିସା, ଡିଆଇଆର ଏବଂ ଡିଆଇଏସଆଇଆର ଆଇନରେ ବିଭିନ୍ନ ଜେଲରେ ବନ୍ଦୀଥିବା ସଂଗ୍ରାମୀ ମାନଙ୍କୁ ମାସକୁ ମିଳିବ ୨୦ ହଜାର ଟଙ୍କାର ପେନସନ । ପୂର୍ବରୁ ସ୍ୱାଧୀନତା ସଂଗ୍ରାମୀ ମହୋତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ମୁଖ୍ୟମନ୍ତ୍ରୀ ସ୍ବାଧୀନତା ସଂଗ୍ରାମୀଙ୍କ ପେନ୍ସନ ରାଶି ବୃଦ୍ଧି ସମ୍ପର୍କରେ ଘୋଷଣା କରିଥିଲେ। ଆଜି ଏ ସଂପର୍କରେ ଗୃହ ବିଭାଗ ପକ୍ଷରୁ ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି । ପେନସନ ସହିତ ସମସ୍ତ ସଂଗ୍ରାମୀ ମାନଙ୍କ ମେଡିକାଲ ଖର୍ଚ୍ଚ ମଧ୍ୟ ରାଜ୍ୟ ସରକାର ବହନ କରିବେ । ୧ ଜାନୁଆରୀ ୨୦୨୫ ସୁଦ୍ଧା ଜୀବିତ ଥିବା ସବୁ ସଂଗ୍ରାମୀ ଏହି ପେନସନ ଓ ଚିକିତ୍ସା ସୁବିଧା ପାଇବେ। ସୂଚନା ଯୋଗ୍ୟ; ୨୫ ଜୁନ୍ ୧୯୭୫ ମସିହାରୁ ୨୧ ମାର୍ଚ୍ଚ ୧୯୭୭ ମସିହା ପର୍ଯ୍ୟନ୍ତ ଦେଶର ଜରୁରୀ କାଳୀନ ପରିସ୍ଥିତିକୁ ବିରୋଧ କରି ଅନେକ ସଂଗ୍ରାମୀ ଦେଶର ବିଭିନ୍ନ ଜେଲରେ ବନ୍ଦୀ ହୋଇଥିଲେ । Post navigation ଉତ୍କଳ ସଙ୍ଗୀତ ମହାବିଦ୍ୟାଳୟର ଛାତ୍ରୀ ନିବାସରେ କଲେଜ ଛାତ୍ରୀଙ୍କ ମୃତ ଦେହ ଉଦ୍ଧାର ପୁରୀ ବଡଦାଣ୍ଡରୁ ଉଚ୍ଛେଦ ନେଇ ଉଠାଦୋକାନୀଙ୍କ ଆନ୍ଦୋଳନ