ଆଜି ଦିଲ୍ଲୀ ବିଜ୍ଞାନ ଠାରେ ୭୦ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ପ୍ରଦାନ ସମାରୋହ ଆୟୋଜିତ ହୋଇଛି । ବିଭିନ୍ନ ବର୍ଗରେ ମନୋନୀତ ଫିଲ୍ମ, ଅଭିନେତା, ଅଭିନେତ୍ରୀ, ସଙ୍ଗୀତ ନିର୍ଦ୍ଦେଶକ, କଣ୍ଠଶିଳ୍ପୀଙ୍କୁ ସମ୍ମାନିତ କରୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଏହି ଅବସରରେ ଭାରତୀୟ ଚଳଚ୍ଚିତ୍ରରେ ବିଶିଷ୍ଟ ଅବଦାନ ପାଇଁ ମିଥୁନ ଚକ୍ରବର୍ତ୍ତୀଙ୍କୁ ମିଳିଲା ଦାଦା ସାହେବ ଫାଲକେ ପୁରସ୍କାର।

ମିଥୁନ ଚକ୍ରବର୍ତ୍ତୀଙ୍କୁ ଦାଦା ସାହେବ ଫାଲକେ ସମ୍ମାନରେ ସମ୍ମାନିତ କଲେ ରାଷ୍ଟ୍ରପତି। ୪୮ ବର୍ଷର କ୍ୟାରିଅରରେ ୩୫୦ରୁ ଊର୍ଦ୍ଧ୍ବ ଫିଲ୍ମରେ ମିଥୁନଙ୍କ ଦମଦାର ଓ ବଳିଷ୍ଠ ଅଭିନୟ ପାଇଁ ତାଙ୍କୁ ଏହି ପୁରସ୍କାରରେ ସମ୍ମାନ କରାଯାଇଛି । କେବଳ ହିନ୍ଦୀ ନୁହେଁ ବଙ୍ଗଳା, ଓଡ଼ିଆ, ଭୋଜପୁରୀ ସହ ଦକ୍ଷିଣ ଭାରତୀୟ ଫିଲ୍ମରେ ମଧ୍ୟ ସେ ଅଭିନୟ କରିଛନ୍ତି।

ମିଥୁନ ୧୯୭୬ରେ ଏକ ଫିଲ୍ମରେ ଛୋଟ ଭୂମିକାରୁ ତାଙ୍କର ଅଭିନୟ ଯାତ୍ରା ଆରମ୍ଭ କରିଥିଲେ। ଏହି ଚଳଚ୍ଚିତ୍ରଟି ଥିଲା ‘ଦୋ ଅନଞ୍ଜାନେ’। ତା’ପରେ ସେ ୧୯୭୭ରେ ଫିଲ୍ମରେ ଲିଡ୍ ଅଭିନୟ କରିବାରେ ସୁଯୋଗ ପାଇଥିଲେ। ତାଙ୍କର ପ୍ରଥମ ଚଳଚ୍ଚିତ୍ର ଥିଲା ‘ମୃଗୟା’। ଏହି ଫିଲ୍ମ ପାଇଁ ତାଙ୍କୁ ଜାତୀୟ ପୁରସ୍କାର ପ୍ରଦାନ କରାଯାଇଥିଲା। ୧୯୮୨ ମସିହାରେ ତାଙ୍କର ଚଳଚ୍ଚିତ୍ର ‘ଡିସ୍କୋ ଡାନ୍ସର୍’ ମୁକ୍ତିଲାଭ କରିଥିଲା, ଯାହା ପରେ ସେ ଲାଇମ୍ ଲାଇଟ୍‌କୁ ଆସିଥିଲେ। ଏହି ଫିଲ୍ମଟି ବଲିଉଡରେ ବ୍ଲକବଷ୍ଟର ହିଟ୍‌ ହୋଇଥିଲା। ଏହି ଫିଲ୍ମଟି କେବଳ ଭାରତ ନୁହେଁ ଏସିଆ, ସୋଭିଏତ୍ ୟୁନିଅନ୍, ପୂର୍ବ ୟୁରୋପ, ମଧ୍ୟ ପୂର୍ବ, ତୁର୍କୀ ଏବଂ ଆଫ୍ରିକାରେ ଜବରଦସ୍ତ ବ୍ୟବସାୟ କରିଥିଲା।

Leave a Reply

Your email address will not be published. Required fields are marked *