ଆଜି ଓଡ଼ିଶା ପହଞ୍ଚିବା ପରେ ରାଜ୍ୟ ବିଜେପିର ନିର୍ବାଚନ ପରିଚାଳନା କମିଟିର ସଦସ୍ୟ ମାନଙ୍କ ସହ ବୈଠକ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏହି ବୈଠକରେ ୱାର ରୁମ୍‌, ପ୍ରଚାର, ବୁଥ୍‌ ମ୍ୟାନେଜମେଣ୍ଟ ଆଦିର ସମୀକ୍ଷା କରିଛନ୍ତି ମୋଦୀ। ନିର୍ବାଚନ ପରିଚାଳନା ଓ ବିଜୟ ନେଇ କର୍ମୀଙ୍କୁ ଗୁରୁମନ୍ତ୍ର ମଧ୍ୟ ଦେଇଛନ୍ତି।

ସଂଗଠନ ପାଇଁ କାମ କରୁଥିବା କାର୍ଯ୍ୟକର୍ତ୍ତାଙ୍କୁ ପ୍ରଶଂସା ବି କଲେ।ତାଙ୍କ ପରିଶ୍ରମ ପାଇଁ ଧନ୍ୟବାଦ ଦେଇ ଜୋସ୍ ବଢ଼ାଇଲେ । ଏମିତିକି କିଏ କେତେ କାମ କରୁଛନ୍ତି, କେତେବେଳେ ଖାଉଛନ୍ତି, କାର୍ଯ୍ୟକର୍ତ୍ତାଙ୍କର ପ୍ରତିଟି କଥା ପଚାରି ବୁଝିଥିଲେ । ୧୯୮୬ ସଂଗଠନ ମନ୍ତ୍ରୀ ଥିବା ସମୟରେ ପାର୍ଟି ଅଫିସ ଆସିଥିଲେ । ସେ କଥା ମନେ ପକାଇ ଭାବ ବିହ୍ଵଳ ହେଲେ । ସେତେବେଳେ ଦାୟିତ୍ୱରେ ଥିବା କାର୍ଯ୍ୟକର୍ତ୍ତାଙ୍କୁ ମଧ୍ୟ ମନେ ପକାଇଲେ ।

ପ୍ରାୟ ୩୦ ମିନିଟ ଧରି କମିଟିର ସଦସ୍ୟ ମାନଙ୍କ ସହ ଆଲୋଚନା କରିଛନ୍ତି । କିଏ କେଉଁ ଦାୟିତ୍ୱରେ ଅଛି କାର୍ଯ୍ୟକ୍ରମ କେମିତି ଚାଲିଛି ପ୍ରତିଟି ନେତାଙ୍କ ସହ କଥା ହୋଇଛନ୍ତି ।ଏହି ବୈଠକରେ ରାଜ୍ୟ ସଭାପତି ମନମୋହନ ସାମଲ, ନିର୍ବାଚନ ପ୍ରଭାରୀ ବିଜୟ ପାଲ ସିଂ ତୋମାର, ସହ ପ୍ରଭାରୀ ଲତା ଉସେଣ୍ଡି, ପୂର୍ବତନ ସଭାପତି ସମୀର ମହାନ୍ତି, ଉପ ସଭାପତି ଗୋଲକ ମହାପାତ୍ର ଏବଂ ନିର୍ବାଚନର ବିଭିନ୍ନ ଦାୟିତ୍ୱରେ ଥିବା କେନ୍ଦ୍ରୀୟ ନେତା ଉପସ୍ଥିତ ଥିଲେ ।

By Nirvay

Leave a Reply

Your email address will not be published. Required fields are marked *