ଆସନ୍ତାକାଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଝାରସୁଗୁଡ଼ା ଗସ୍ତ । ୨୭ ତାରିଖ ବ୍ରହ୍ମପୁରରେ ପ୍ରଧାନମନ୍ତ୍ରୀଙ୍କ ଗସ୍ତ ବାତିଲ ପରେ ଝାରସୁଗୁଡ଼ା ର ଅମଲିପାଳି ଠାରେ ଏକ ଯୁବ ସମାବେଶରେ ଯୋଗ ଦେବେ ପ୍ରଧାନମନ୍ତ୍ରୀ । ଆସନ୍ତାକାଲି ପୂର୍ବାହ୍ନ ୧୧ଟା ୧୦ ମିନିଟ୍ରେ ଝାରସୁଗୁଡ଼ା ବିମାନ ବନ୍ଦରରେ ପହଞ୍ଚିବେ । ୧୧ଟା ୨୫ରେ ଅମଲିପାଲି ପଡ଼ିଆରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗଦେବେ । ସେଠାରେ ପ୍ରଧାନମନ୍ତ୍ରୀ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଉଦ୍ଘାଟନ କରିବେ । କାର୍ଯ୍ୟକ୍ରମ ସାରି ୧୨ଟା ୪୫ ମିନିଟ୍ରେ ନୂଆଦିଲ୍ଲୀ ପ୍ରତ୍ୟାବର୍ତ୍ତନ କରିବେ । ଅନ୍ୟପଟେ ଆଜି ପ୍ରଧାନମନ୍ତ୍ରୀଙ୍କ ଝାରସୁଗୁଡ଼ା ଗସ୍ତ କାର୍ଯ୍ୟକ୍ରମର ପ୍ରସ୍ତୁତି ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ହେବା ପରେ ପ୍ରଧାନମନ୍ତ୍ରୀଙ୍କ ଏହା ସପ୍ତମ ଥର ଓଡ଼ିଶା ଗସ୍ତ । Post navigation ପ୍ରକାଶ ପାଇଲା ଓପିଏସ୍ସି ପରୀକ୍ଷା ଫଳ ସାମାଜିକ କର୍ମୀ ସୋନମ ୱାଙ୍ଗଚୁକ୍ ଗିରଫ